ଆସନ୍ତା କାଲିଠାରୁ ମାଟ୍ରିକ୍‌ ପରୀକ୍ଷା : ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ

Published: Feb 21, 2019, 6:12 pm IST
Board dismisses English for three centers for malpractice

ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଆସନ୍ତା କାଲିଠାରୁ ଆରମ୍ଭ ହେବ । ଏଥିପାଇଁ ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇସାରିଛି । ଚଳିତ ବର୍ଷ ରାଜ୍ୟରେ ମୋଟ ୨୮୩୦ଟି କେନ୍ଦ୍ରରେ ୫,୭୨,୬୯୯ଜଣ ପରୀକ୍ଷାର୍ଥୀ ମାଟ୍ରିକ ପରୀକ୍ଷା ଦେବାକୁ ନାମ ପଂଜୀକରଣ କରିଛନ୍ତି । ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । କପି ରୋକିବା ତଥା ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ବୋର୍ଡ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସକାଳ ୧୦ଟାରୁ ପରୀକ୍ଷା ଆରମ୍ଭ ହେବ । ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ଲଗାଯାଇଛି । ଏଥର ପରୀକ୍ଷା କେନ୍ଦ୍ରରେ ଅଧିକାରୀ ତଥା ସ୍କ୍ବାଡ, ପୁଲିସ କର୍ମଚାରୀ ମାନେ ମଧ୍ୟ ମୋବାଇଲ୍‌ ଫୋନ୍‌ ବ୍ୟବହାର କରିପାରିବେ ନାହିଁ । କେବଳ ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟ ଫୋନ୍‌ ବ୍ୟବହାର କରିବେ । ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ପରୀକ୍ଷା ଦିନ ସକାଳୁ କେନ୍ଦ୍ରଗୁଡ଼ିକରେ ପ୍ରଶ୍ନପତ୍ର ପହଞ୍ଚାଇବାର ବ୍ୟବସ୍ଥା କରାଯାଇଛି । ମାଟ୍ରିକ ପରୀକ୍ଷା ସହ ମଧ୍ୟମା ଓ ରାଜ୍ୟମୁକ୍ତ ବିଦ୍ୟାଳୟ ପରୀକ୍ଷା ଏକ ସଂଗେ ଅନୁଷ୍ଠିତ ହେଉଛି ।

Related posts