ଭାଇରାଲ୍‌ ହେଲା ମାଟ୍ରିକ ପ୍ରଶ୍ନପତ୍ର

Published: Feb 22, 2019, 3:40 pm IST

ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାର ପ୍ରଥମ ଦିନରେ  ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ନୂଆପଡ଼ା ଜିଲ୍ଲାରୁ ଓଡ଼ିଆ ପ୍ରଶ୍ନପତ୍ର ଭାଇରାଲ ହୋଇଛି । ରିପୋର୍ଟ ଅନୁସାରେ ଢେଙ୍କାନାଳ ଜିଲ୍ଲାର କାମାକ୍ଷାନଗର ଠାରୁ ମଧ୍ୟ ପ୍ରଶ୍ନପତ୍ର ଭାଇରାଲ ହୋଇଛି। ପରୀକ୍ଷା ଆରମ୍ଭ ହେବାର ମାତ୍ର ୧୦ ମିନିଟ ପରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା ।   ଅଧିକାରୀ ମାନେ ଏବିଷୟରେ ଜାଣିବା ବେଳକୁ ପରୀକ୍ଷା ଶେଷ ହୋଇ ଯାଇଥିଲା। ରାଜ୍ୟର ୨୯୫୩ଟି କେନ୍ଦ୍ରରେ ପ୍ରାୟ ୫ଲକ୍ଷ ୮୭,୭୨୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ପରୀକ୍ଷା ସୁପରିଚାଳନା ନିମନ୍ତେ ୫୮ଟି ଜିଲ୍ଲାସ୍ତରୀୟ ସ୍କ୍ଵାର୍ଡ, ବୋର୍ଡ ଅଫ ସେକେଣ୍ଡାରି ଏଡୁକେସନର ୪୪ଟି କେନ୍ଦ୍ରୀୟ ସ୍କ୍ଵାର୍ଡ ଏବଂ ଜିଲ୍ଲାପାଳମାନଙ୍କ ତତ୍ତ୍ୱାବଧାନରେ ସ୍ୱତନ୍ତ୍ର ସ୍କ୍ଵାର୍ଡ ଗଠନ କରାଯାଇଛି ।  ଏଥର ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ଅଧିକାରୀମାନଙ୍କୁ ମଧ୍ୟ ମୋବାଇଲ୍‌ ବାରଣ କରାଯାଇଥିଲା । ଏତେ ସୁରକ୍ଷା ଭିତରେ ପ୍ରଶ୍ନପତ୍ର ଭାଇରାଲ୍‌ ହେବା ଚିନ୍ତାର ବିଷୟ ପାଲଟିଛିି ।  ଭାଇରାଲ ହୋଇଥିବା ପ୍ରଶ୍ନପତ୍ର ସହ ଅସଲି ପ୍ରଶ୍ନପତ୍ର ମେଳ ଖାଉଛି ।

Related posts