ସିଏଏ ଓ ଏନ୍‌ଆରସି ପ୍ରତ୍ୟାହାର ଦାବିରେ ଭାରତ ବନ୍ଦ, ବଲାଙ୍ଗିର ଓ ସମ୍ବଲପୁରରେ ପ୍ରଭାବ

Published: Feb 23, 2020, 9:15 am IST

ସମୀକ୍ଷା ବ୍ୟୁରୋ

ସମ୍ବଲପୁର: ସିଏଏ ଓ ଏନ୍‌ଆରସି ପ୍ରତ୍ୟାହାର ଦାବିରେ ଆଜି ଭାରତ ବନ୍ଦର ପ୍ରଭାବ ଓଡ଼ିଶାର ବେଶ୍‌ କିଛି ସ୍ଥାନରେ ଦେଖିବାକୁ ମିଳିଛି । ଜାତିଭିତ୍ତିକ ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟକୁ ବିରୋଧ କରି ଭୀମ ଆର୍ମି ପକ୍ଷରୁ ଆଜି ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ସମ୍ବଲପୁର, ସୋନପୁର, ବଲାଙ୍ଗିର ଆଦି ସହରରେ ଦେଖିବାକୁ ମିଳିଛି। ସିଏଏ ଓ ଏନ୍‌ଆରସି ପ୍ରତ୍ୟାହାର ଦାବିରେ ସମ୍ବଲପୁରରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ସହରରେ ଗାଡ଼ି ଚଳାଚଳ ଓ ଦୋକାନ ବଜାର ବନ୍ଦ ରହିଛି। ସମ୍ବଲପୁର ଷ୍ଟେସନରେ ଭୀମ ଆର୍ମି କର୍ମକର୍ତ୍ତାମାନେ ଟ୍ରେନ୍ ଅଟକାଇଛନ୍ତି। ତେବେ ଏକ ଘଣ୍ଟା ବିଳମ୍ୱରେ ସମ୍ବଲପୁର-ପୁରୀ ଇଣ୍ଟରସିଟି ଛାଡ଼ିଛି। ସେହିପରି ବଲାଙ୍ଗିର ଜିଲ୍ଲାରେ ମଧ୍ୟ ବିଭିନ୍ନ ସଙ୍ଗଠନ ପକ୍ଷରୁ ମଧ୍ୟ ଏନେଇ ବାର ଘଣ୍ଟିଆ ବନ୍ଦ ପାଳନ କରାଯାଉଛି ।

Related posts