ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଟ୍ରମ୍ପ୍‌

Published: Feb 25, 2020, 11:33 am IST

ନୂଆଦିଲ୍ଲୀ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଭାରତ ଗସ୍ତର ଆଜି ହେଉଛି ଦ୍ବିତୀୟ ଦିବସ । ଆଜି ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି  ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଓ ତାଙ୍କ ପତ୍ନୀ ମେଲାନିଆ ଟ୍ରମ୍ପ୍‌। ପୂର୍ବରୁ ରାଷ୍ଟ୍ରପତି ଭବନରେ ଔପଚାରିକ ଭାବେ ଆମେରିକା ରାଷ୍ଟ୍ରପତି ଓ ତାଙ୍କ ପତ୍ନୀଙ୍କୁ ସ୍ବାଗତ କରାଯାଇଥିଲା । ରାଜଘାଟଠାରେ ଆମେରିକା ରାଷ୍ଟ୍ରପତି ଓ ତାଙ୍କ ପତ୍ନୀ ମେଲାନିଆ ଏକତ୍ର ଏକ ଗଛ ଲଗାଇଛନ୍ତି । ରାଜଘାଟଠାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭିଜିଟର୍‌ ବୁକ୍‌ରେ କିଛି ବାର୍ତ୍ତା ଲେଖିଛନ୍ତି । ଏହାପରେ ଦିଲ୍ଲୀସ୍ଥିତ ହାଇଦ୍ରାବାଦ ହାଉସଠାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ଦ୍ବିପାକ୍ଷିକ ଆଲୋଚନା କରିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ।

Related posts