ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା; ତିନି ମୃତ

Published: Feb 27, 2020, 10:00 am IST

ସମୀକ୍ଷା ବ୍ୟୁରୋ

ଭବାନୀପାଟଣା : ଭବାନୀପାଟଣାରେ ମ. ରାମପୁର ରାସ୍ତାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ତିନିଜଣଙ୍କର ମୃତ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ମ. ରାମପୁର ରାସ୍ତାର ଡୁଚୁଙ୍ଗ ନିକଟରେ ବିଳମ୍ବିତ ରାତିରେ ଦୁର୍ଘଟଣା ହୋଇଛି। ଘଟଣାସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉ ଜଣେ ଗୁରୁତରଙ୍କ ମୃତ୍ୟୁ ହୋଇଛି।

Related posts