Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧାରା ୩୫ (ଏ)ର ଶୁଣାଣୀ ସମୟ ଧାର୍ଯ୍ୟ : ଆସନ୍ତା ୨୬ରୁ ୨୮ ପର୍ଯ୍ୟନ୍ତ ହେବ ଶୁଣାଣୀ
ଆଜିର ଖବର

ଧାରା ୩୫ (ଏ)ର ଶୁଣାଣୀ ସମୟ ଧାର୍ଯ୍ୟ : ଆସନ୍ତା ୨୬ରୁ ୨୮ ପର୍ଯ୍ୟନ୍ତ ହେବ ଶୁଣାଣୀ

February 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
hearing petition of article 35A date is finilised in supremecourt
hearing petition of article 35A date is finilised in supremecourt

ସମ୍ବିଧାନର ଧାରା ୩୫ (ଏ)ର ବୈଧତାକୁ ଚ୍ୟାଲେଞ୍ଜ କରି ସୁପ୍ରିମ୍‌ କୋର୍ଟରେ ଆଗତ ମାମଲାକୁ ବିଚାର ପାଇଁ ଗ୍ରହଣ କରିବା ସହ ଏହାର ବିଚାର ଆସନ୍ତା ୨୬ରୁ ୨୮ ପର୍ଯ୍ୟନ୍ତ ହେବ ବୋଲି କହିଛନ୍ତି ସୁପ୍ରିମ୍‌ କୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍‌ ରଂଜନ ଗୋଗେଇ। ଗତ ଫେବୃଆରି ୧୪ ତାରିଖରେ ପୁଲ୍‌ୱାମା ଆତଙ୍କବାଦୀ ହାମ୍‌ଲାରେ ୪୦ ଜଣ ସିଆର୍‌ପିଏଫ୍‌ ଯବାନ ଶହୀଦ୍‌ ହେବାପରେ କେନ୍ଦ୍ର ସରକାର ସମ୍ବିଧାନର ଧାରା ୩୫ (ଏ)କୁ ପ୍ରତ୍ୟାହାର କରିନେବେ ବୋଲି ସବୁ ମହଲରେ ଆଶଙ୍କା ପ୍ରକାଶ ପାଇଥିବା ବେଳେ ସୁପ୍ରିମ୍‌ କୋର୍ଟରେ ଏନେଇ ମାମଲା ଆଗତ ହୋଇଛି  । ଜମ୍ମୁ- କଶ୍ମୀରକୁ ଭାରତୀୟ ସମ୍ବିଧାନର ଏହି ଧାରା ବଳରେ କିଛି ସ୍ୱତନ୍ତ୍ର ସୁବିଧା ସୁଯୋଗ ପ୍ରଦାନ କରାଯାଇଛି। ତେବେ, ଭାରତୀୟ ସମ୍ବିଧାନ ଆଧାରରେ ପ୍ରଦତ୍ତ ଏହି ସମସ୍ତ ସ୍ୱତନ୍ତ୍ର ସୁବିଧା ସୁଯୋଗ ପାଇବାକୁ କେବଳ ଜମ୍ମୁ-କାଶ୍ମୀରର ସ୍ଥାୟୀ ବାସିନ୍ଦା ହିଁ ହକଦାର ହେବେ ବୋଲି ନିର୍ଦ୍ଦେଶ ରହିଛି । ସମ୍ବିଧାନରେ ଏହି ୩୫(ଏ) ଧାରାକୁ ବିଗତ ୧୯୫୪ରେ ତତ୍କାଳୀନ ରାଷ୍ଟ୍ରପତିଙ୍କ ଏକ ସ୍ୱତନ୍ତ୍ର ଆଦେଶ ବଳରେ ଯୋଡ଼ା ଯାଇଥିଲା। ଏହି ଧାରା ଉଚ୍ଛେଦକୁ ନେଇ ଉଭୟ କଂଗ୍ରେସ ଓ ନ୍ୟାସନାଲ୍‌ କନଫେରନସ ବିଜେପିକୁ ଟାର୍ଗେଟ୍‌ କରିଛନ୍ତି ।

article35A thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026
Latest News

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.