Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କୋରୋନା: ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଲେ ପୁରୀ ଗଜପତି , ବିଦେଶରୁ ଆସୁଥିବା ସମସ୍ତ ବ୍ୟକ୍ତିଙ୍କୁ ପଂଜୀକରଣ ପାଇଁ ନିବେଦନ
ବିଶେଷ ଖବର

କୋରୋନା: ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଲେ ପୁରୀ ଗଜପତି , ବିଦେଶରୁ ଆସୁଥିବା ସମସ୍ତ ବ୍ୟକ୍ତିଙ୍କୁ ପଂଜୀକରଣ ପାଇଁ ନିବେଦନ

March 17, 2020No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : କରୋନା ଭାଇରସ୍‌ ସଂପର୍କରେ ସତକର୍ତା ଏବଂ ସଚେତନତା ତଥା ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ଆଜି ଅପରାହ୍ନରେ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍‌ଚୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏହି ପ୍ରେସ୍‌ ମିଟ୍‌ରେ ରାଜ୍ୟକୁ ଆସୁଥିବା ବିଦେଶୀ ନାଗରିକଙ୍କ ପଞ୍ଜୀକରଣ ସମେତ ବିଭିନ୍ନ ପ୍ରତିଷେଧକ ବ୍ୟବସ୍ଥା ସମ୍ପର୍କରେ ଶ୍ରୀ ବାଗ୍‌ଚୀ ସୂଚନା ଦେଇଥିଲେ।

୧. ବର୍ତ୍ତମାନ ସୁଦ୍ଧା ବିଶ୍ୱର ୧୬୨ ଦେଶର ୧,୮୩,୧୧୬ ଜଣ ବ୍ୟକ୍ତି କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଛନ୍ତି।

୨. ଭାରତରେ ଆଜି ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୧୨୬ ଥିବାବେଳେ ୩ ଜଣଙ୍କର କରୋନା ଭୂତାଣୁ ଯୋଗୁଁ ମୃତ୍ୟୁ ହୋଇଛି।

୩.ଏ ପର୍ଯ୍ୟନ୍ତ ୦-୯ ବର୍ଷ ବୟସର କୌଣସି ଶିଶୁଙ୍କର କରୋନା ଭୂତାଣୁ ଯୋଗୁଁ ମୃତୁ୍ୟ ହୋଇନାହିଁ।

୪. ବିଦେଶରୁ ଓଡ଼ିଶାକୁ ଆସୁଥିବା ବ୍ୟକ୍ତିବିଶେଷଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦତ୍ତ ଅନ୍‌ଲାଇନ୍‌ ପୋର୍ଟାଲ୍‌ରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୩୯ ଜଣ ପଞ୍ଜୀକରଣ କରିଛନ୍ତି । ସେହିପରି ୧୦୪ ସହାୟତା ନମ୍ବର ଜରିଆରେ ୫୫୪ ଜଣ ଏବଂ ୱେବ୍‌ସାଇଟ୍‌ରେ ୬୮୫ ଜଣ ପଞ୍ଜୀକରଣ କରିଛନ୍ତି। ଓଡ଼ିଶାକୁ ଆସୁଥିବା ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ ଏବଂ ଜନସାଧାରଣ ଏହାର ଅନୁପାଳନ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଅନୁରୋଧ କରାଯାଇଛି।

୫.ଆମେରିକାରୁ ଫେରିଥିବା ଗଜପତି ମହାରାଜା ଦିବ୍ୟସିଂହ ଦେବ, ମହାରାଣୀ ଓ ପରିବାରବର୍ଗ ସ୍ୱତଃପ୍ରବୃତ୍ତ ଭାବେ ପଞ୍ଜୀକରଣ କରିବା ସହ ୧୪ ଦିନିଆ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଥିବାରୁ ରାଜ୍ୟ ସରକାରଙ୍କ ତରଫରୁ ତାଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି ।

୬.ବର୍ତ୍ତମାନ ସୁଦ୍ଧା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦ୍ୱାରା ହସ୍ତଗତ ୩୨ଟି ନମୁନା ମଧ୍ୟରୁ ୩୧ଟି କରୋନା ନେଗେଟିଭ୍‌ ଆସିଥିବାବେଳେ ଯେଉଁ ଜଣଙ୍କଠାରେ ପଜିଟିଭ୍‌ ଆସିଛି ସେ ଚିକିତ୍ସିତ ହେଉଛନ୍ତି ଏବଂ ସୁସ୍ଥ ଅଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟମାନଙ୍କୁ ହୋମ୍‌ ଆଇସୋଲେସନ୍‌ରେ ରହିବା ପାଇଁ ପରାମର୍ଶ ଦିଆଯାଇଛି ।

୭.ରାଜ୍ୟର ପ୍ରତ୍ୟେକ ଜିଲ୍ଲା ସଦର ମହକୁମାସ୍ଥିତ ଡାକ୍ତରଖାନା ଓ ମେଡିକାଲ୍‌ କଲେଜ୍‌-ହସ୍‌ପିଟାଲ୍‌ଗୁଡ଼ିକରେ ଆଇସୋଲେସନ୍‌ ବ୍ୟବସ୍ଥା ଉପଲବ୍ଧ କରାଯାଇଛି ।

୮.ବର୍ତ୍ତମାନ ସୁଦ୍ଧା ୫୪୦ଟି ଆଇସୋଲେସନ୍‌ ବେଡ୍‌ ପ୍ରସ୍ତୁତ ରହିଛି ।

୯.ଗ୍ରାମାଞ୍ଚଳରେ ପ୍ରତିଷେଧକ ବ୍ୟବସ୍ଥା ଭାବରେ ବ୍ଲକ୍‌ସ୍ତରରେ କ୍ୱାରାଣ୍ଟାଇନ୍‌ର ସୁବିଧା ନିମନ୍ତେ ଚିହ୍ନଟ ହୋଇଥିବା ସୁରକ୍ଷିତ ଗୃହଗୁଡ଼ିକ ପାଇଁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ୫ ଲକ୍ଷ ଟଙ୍କା ଲେଖାଏଁ ମଞ୍ଜୁର କରାଯାଇଛି ।

୧୦.ଗତ ୨୪ ଘଣ୍ଟା ମଧ୍ୟରେ ୧୦୪ ହେଲ୍ପଲାଇନ୍‌କୁ ୧୦ ହଜାରରୁ ଉର୍ଦ୍ଧ୍ବ କଲ୍‌ ଆସିଛି । ଏହି କଲ୍‌ ସେଣ୍ଟରର କଳେବର ବୃଦ୍ଧି ସହ ଏହାକୁ ଅଧିକ ବ୍ୟାପକ କରିବା ନିମନ୍ତେ ପୂର୍ତ୍ତ ବିଭାଗର ଶାସନ ସଚିବ ଡ. କି୍ରଷନ୍‌ କୁମାରଙ୍କୁ ଏହାର ପରିଚାଳନା ଦାୟିତ୍ୱ ଦିଆଯାଇଛି ।

୧୧. ଘରୋଇ ଚିକିତ୍ସାଳୟଗୁଡ଼ିକରେ ମଧ୍ୟ କରୋନା କେନ୍ଦ୍ର ସ୍ଥାପନ କରିବା, ଆବଶ୍ୟକୀୟ ପ୍ରୋଟୋକଲ୍‌ ପାଳନ ସହ ଅନାବଶ୍ୟକ ଲୋକଙ୍କ ଯିବାଆସିବା ଉପରେ କଟକଣା ଲଗାଇବା ପାଇଁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

୧୨. ସପିଂ ମଲ୍‌ଗୁଡ଼ିକୁ ସଂପୂର୍ଣ୍ଣ ଭାବରେ ବନ୍ଦ କରା ନଯାଇ ଖାଦ୍ୟ ଓ ଗ୍ରୋସୋରୀ ସାମଗ୍ରୀ, ଅତ୍ୟାବଶ୍ୟକ ସାମଗ୍ରୀ, ଔଷଧ ଆଦିର ବିକି୍ରବଟା କରାଯିବ । ତେବେ ଆବଶ୍ୟକ ନପଡ଼ିଲେ ମଲ୍‌କୁ ଯିବାକୁ ଜନସାଧାରଣଙ୍କୁ ବାରଣ କରାଯାଇଛି ।

୧୩. ବ୍ୟାଙ୍କଗୁଡ଼ିକରେ ଗହଳି କମାଇବା ସହିତ ନିୟମିତ ଭାବରେ ଏଟିଏମ୍‌ଗୁଡ଼ିକର ପରିଷ୍କାର ପରିଚ୍ଛନ୍ନତା ଉପରେ ଗୁରୁତ୍ୱ ଦେବା ସହ ହ୍ୟାଣ୍ଡ ସାନିଟାଇଜର ରଖିବାକୁ ପରାମର୍ଶ ଦିଆଯାଇଛି ।

୧୪. ରାଜ୍ୟରେ ଆଶ୍ରମ ସ୍କୁଲଗୁଡ଼ିକର ଛାତ୍ରାବାସରେ ୫ ଲକ୍ଷ ୭୫ ହଜାର ଅନ୍ତେବାସୀ ରହିଛନ୍ତି । ସେମାନେ ସୁରକ୍ଷିତ ଅଛନ୍ତି ଏବଂ ସେମାନଙ୍କର ସ୍ୱାସ୍ଥ୍ୟାବସ୍ଥାକୁ ନିୟମିତ ନିରୀକ୍ଷଣ କରାଯାଉଛି ।

୧୫. ବୟସ୍କ ଲୋକମାନଙ୍କ ସୁବିଧା ପାଇଁ ସେମାନଙ୍କୁ ଘରେ ବିନା ବାୟୋମେଟି୍ରକ୍‌ରେ ମଧ୍ୟ ରାସନ୍‌ ସାମଗ୍ରୀ ଯୋଗାଇ ଦିଆଯିବ ।

୧୬.ଗ୍ରାମପଞ୍ଚାୟତ ସ୍ତରରେ ଚଳିତ ମାର୍ଚ୍ଚ ୧୯, ପଞ୍ଚାୟତ ସମିତି ସ୍ତରରେ ୨୦ ଏବଂ ଜିଲ୍ଲା ପରିଷଦ ପାଇଁ ୨୧ ତାରିଖ ତିନିଦିନ ଧରି ସଚେତନତା ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ଭୂମିକା ସଂପର୍କରେ ସେମାନଙ୍କୁ ସଂପୂର୍ଣ୍ଣ ଅବଗତ କରାଯିବ ।

ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ, ସୂଚନା ଓ ଲୋକସଂପର୍କ ବିଭାଗର ଶାସନ ସଚିବ ସଂଜୟ କୁମାର ସିଂ ଏବଂ ଇଲେକ୍‌ଟ୍ରୋନିକ୍ସ ଏବଂ ଆଇଟି ବିଭାଗ ସଚିବ ମନୋଜ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

covid19 i&pr subratbagchi
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ୫୪ ହଜାର କୋଟି ଟଙ୍କାର ଯୋଜନା

February 11, 2026

ଖଲିସ୍ତାନୀଙ୍କୁ ନିସ୍ତାର ନାହିଁ: ଡୋଭାଲଙ୍କ ଗସ୍ତ ପରେ SFJକୁ ଆତଙ୍କବାଦୀ ସଂଗଠନ ଘୋଷଣା କଲା କାନାଡା

February 11, 2026

ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ସାକ୍ଷାତ କଲେ ଏମ୍ସ ଭୁବନେଶ୍ବର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ

February 11, 2026

କଳିଙ୍ଗ ଷ୍ଟାଡିୟମରେ ୨୫୦ ନୂଆ ଆମ୍ବୁଲାନସ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 10, 2026
Latest News

‘ଆମକୁ ଟଏଲେଟ୍ ପେପର୍ ପରି ବ୍ୟବହାର କଲା ଆମେରିକା’: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ

February 11, 2026

ଆଇଆଇଟି ଭୁବନେଶ୍ୱରରେ କେନ୍ଦ୍ରୀୟ ତଦାରଖ ବ୍ୟବସ୍ଥା ସହିତ ସ୍ୱଦେଶୀ ଡିଜିଟାଲ୍ ସବଷ୍ଟେସନ ସ୍ଥାପନ

February 11, 2026

କୋଟ୍ଟାୟମ ରବର ବୋର୍ଡ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

February 11, 2026

ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ୍ ପକ୍ଷରୁ ଦକ୍ଷିଣ ଭାରତୀୟ ସ୍ୱାସ୍ଥ୍ୟ ଖାଦ୍ୟ ବ୍ରାଣ୍ଡ ‘ମାନ୍ନା’ ଅଧିଗ୍ରହଣ

February 11, 2026

ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ୫୪ ହଜାର କୋଟି ଟଙ୍କାର ଯୋଜନା

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.