ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : କରୋନା ପାଇଁ ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରକୁ ମଧ୍ୟ ମାର୍ଚ୍ଚ 31 ପର୍ଯ୍ୟନ୍ତ ବନ୍ଦ ରଖିବା ପାଇଁ କୁହାଯାଇଛି। ତେବେ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହୁଥିବାରୁ ପିଲାମାନେ ଖାଦ୍ୟରୁ ବଞ୍ଚିତ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ସରକାର ପିଲାଙ୍କ ଘରେ ଖାଦ୍ୟ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ତିନିରୁ ଛଅ ବର୍ଷ ପର୍ଯ୍ୟନ୍ତ ପିଲାଙ୍କ ଘରେ ଶୁଖିଲା ରାସନ ପହଞ୍ଚାଯିବ । ଖାଦ୍ୟ ଘରେ ପହଞ୍ଚାଇବା ନେଇ ଅଙ୍ଗନାବାଡି କର୍ମୀ ଏବଂ ସହାୟିକାଙ୍କୁ ରାଜ୍ୟ ସରକାର ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ଆଗୁଆ ସମସ୍ତ ପ୍ରତିକାର ବ୍ୟବସ୍ଥା ଗ୍ରହଣ କରିଛନ୍ତି। ଶିକ୍ଷାନୁଷ୍ଠାନ, କୋଚିଂ ସେଣ୍ଟର, ମଲ୍ ଆଦିକୁ ୩୧ ତାରିଖ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। କରୋନା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସଚେତନ ରହିବା ପାଇଁ କୁହାଯାଇଛି। ସ୍ୱଚ୍ଛତା ଅବଲମ୍ବନ କରିବା ସହିତ ସାନିଟାଇଜରରେ ହାତ ଧୋଇବାକୁ ସେ ପରାମର୍ଶ ଦେଇଛନ୍ତି।
Tags: