Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କରୋନା ମୁକାବିଲା ପାଇଁ ଗୋଠଗାଁ ଗ୍ରାମପଞ୍ଚାୟତରେ ସଚେତନତା ସଭା
ଆଞ୍ଚଳିକ

କରୋନା ମୁକାବିଲା ପାଇଁ ଗୋଠଗାଁ ଗ୍ରାମପଞ୍ଚାୟତରେ ସଚେତନତା ସଭା

March 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କୃଷ୍ଣଚନ୍ଦ୍ର ସୁଆଁସିଆ
ଶେରଗଡ଼ : ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଲକ ଅନ୍ତର୍ଗତ ଗୋଠଗାଁ ଗ୍ରାମପଞ୍ଚାୟତ ପରିସରରେ କରୋନା ମୁକାବିଲା ଲାଗି ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତ୍ୟେକ ଦିନ ବାହାର ରାଜ୍ୟରୁ ବହୁ ଲୋକ ଫେରୁଥିବା ପରିଲକ୍ଷିତ ହେଉଛି। ବିଶେଷକରି ଗୋଠଗାଁ ଗ୍ରାମର ବହୁ ଲୋକ ବେଙ୍ଗାଲୁରୁ,କେରଳ, ଆନ୍ଧ୍ରପ୍ରଦେଶ, ମହାରାଷ୍ଟ୍ରର ବିଭିନ୍ନ କମ୍ପାନୀରେ କାମ କରୁଥିବା ଶ୍ରମିକମାନେ ଘରକୁ ଫେରୁଛନ୍ତି। ଏହାକୁ ନେଇ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସେମାନଙ୍କ ସମ୍ପୂର୍ଣ୍ଣ ତଥ୍ୟ ରଖାଯିବା ସହ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ସେମାନଙ୍କୁ ବାହାରକୁ ନ ବାହାରି ଘରେ ରହିବାକୁ ପରାମର୍ଶ ଦିଆଯାଇଛି। ଗ୍ରାମାଞ୍ଚଳରେ କରୋନା ସମ୍ପର୍କିତ ସଚେତନତାକୁ ତ୍ୱରାନ୍ବିତ କରାଯାଇଛି। ଗୋଠଗାଁ ପଞ୍ଚାୟତ ଅଧିନ ସ୍ଥାନୀୟ ହାଇସ୍କୁଲ ପରିସରରେ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ଏହି ବୈଠକରେ କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଭାକର ପଣ୍ଡା, ଯୋଗାଣ ସହାୟକ ଅଙ୍ଗଦ ପ୍ରଧାନ, ସରପଞ୍ଚ ପ୍ରତିନିଧି ସୁରେନ୍ଦ୍ର ପ୍ରଧାନଙ୍କ ସମେତ ପଞ୍ଚାୟତ ଅଧିନ ସମସ୍ତ ଅଙ୍ଗନଓ୍ବାଡି ଓ ଆଶା କର୍ମୀ ଉପସ୍ଥିତ ଥିଲେ।

shergarh
Share. Facebook Twitter LinkedIn Email WhatsApp Copy Link

Related Posts

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026

ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

May 25, 2026
Latest News

ଗାଁ ଦାଣ୍ଡରେ ଗୋଡାଇ ଗୋଡାଇ ହାଣିଲେ

June 3, 2026

ପୁଣି ବୁଦ୍ଧିକେଶ୍ୱର ମନ୍ଦିରରୁ ଚୋରୀ

June 3, 2026

ଦୁର୍ଘଟଣାରେ ମା ମୃତ, ପୁଅ ଗୁରୁତର

June 3, 2026

ହାଇୱା – ବାଇକ ଧକ୍କା : ଦୁଇ ମୃତ

June 3, 2026

ସହରୀ ଯୋଜନା କ୍ଷମତାର ସୁଦୃଢ଼ୀକରଣ ପାଇଁ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

June 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.