Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କୃଷି ଏବଂ ଆନୁସଙ୍ଗିକ କାର୍ଯ୍ୟକଳାପକୁ ଲକ୍‌ଡାଉନରୁ ବାଦ୍‌ ଦେଲା ଗୃହ ବିଭାଗ
ବିଶେଷ ଖବର

କୃଷି ଏବଂ ଆନୁସଙ୍ଗିକ କାର୍ଯ୍ୟକଳାପକୁ ଲକ୍‌ଡାଉନରୁ ବାଦ୍‌ ଦେଲା ଗୃହ ବିଭାଗ

March 28, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକଡାଉନ ଜାରି ହୋଇଛି । ଏହା ଦ୍ବାରା କୃଷି ଓ ଆନୁସଙ୍ଗିକ ବ୍ୟବସ୍ଥା ପ୍ରଭାବିତ ହେବାର ଆଶଙ୍କା କରି କୃଷି ଉପରୁ କଟକଣା ହଟାଇଛନ୍ତି ସରକାର । ଏହା ଦ୍ବାରା ଫସଲ କାଟିବାରେ କୌଣସି ଅସୁବିଧା ହେବନାହିଁ । କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ, ଗ୍ରାମୀଣ ବିକାଶ ତଥା ପଂଚାୟତିରାଜ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଏହା ଘୋଷଣା କରିବା ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଗୃହ ମନ୍ତ୍ରୀ ଅମିତ ଶାହଙ୍କ ପ୍ରତି କୃତଜ୍ଞତା ବ୍ୟକ୍ତ କରିଛନ୍ତି ।
ଲକଡାଉନ କାରଣରୁ କୃଷକମାନଙ୍କ ପାଇଁ ଫସଲ ଏବଂ ଉତ୍ପାଦିତ ଫସଲ ମଣ୍ଡିରେ ପହଁଚାଇବା କ୍ଷେତ୍ରରେ ବାଧା ଉତ୍ପନ୍ନ ହେବାର ଆଶଙ୍କା ସୃଷ୍ଟି ହୋଇଥିଲା । ଏ ସମ୍ପର୍କରେ କୌଣସି ନିଷ୍ପତି ନେବା ଲାଗି ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଦାବି ହୋଇଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିର୍ଦ୍ଦେଶ ମୁତାବକ କେନ୍ଦ୍ର ସରକାର ଗମ୍ଭୀରତା ଏବଂ ସହାନୁଭୂତି ପୂର୍ବକ ଏହି ପ୍ରସଙ୍ଗ ଉପରେ ତତ୍କାଳ ବିଚାର କରିଥିଲେ । ଏହାପରେ କୃଷକ ଏବଂ କୃଷି ସମ୍ବନ୍ଧୀୟ କାର୍ଯ୍ୟକଳାପରେ ଜଡ଼ିତ ଲୋକଙ୍କ ହିତକୁ ଦୃଷ୍ଟିରେ ରଖି ବ୍ୟବହାରିକ ନିର୍ଣ୍ଣୟ ନିଆଯାଇଥିଲା ।

ଗୃହ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ତାଲିକା :
୧ କୃଷି ଉତ୍ପାଦ କ୍ରୟ ସଂସ୍ଥା ଏବଂ ସର୍ବନିମ୍ନ ସହାୟକ ମୂଲ୍ୟ ସମ୍ବନ୍ଧୀୟ କାର୍ଯ୍ୟ,
୨. କୃଷି ଉତ୍ପାଦ ବଜାର କମିଟି ଏବଂ ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ମଣ୍ଡି,
୩. ସାର ଦୋକାନ, କୃଷକ ଏବଂ କୃଷି ଶ୍ରମିକଙ୍କ ଦ୍ୱାରା ଚାଷ କାମ
୪. ସାର, କୀଟନାଶକ ଏବଂ ବିହନ ଉତ୍ପାଦନ ଏବଂ ପ୍ୟାକେଜିଂ ସଂସ୍ଥା
୫. ଫସଲ କାଟିବା ଏବଂ ବୁଣିବା ସମ୍ବନ୍ଧୀୟ କାର୍ଯ୍ୟ ଓ ବଗିଚାରେ ଲାଗୁଥିବା ଯନ୍ତ୍ରପାତିର ଆନ୍ତଃରାଜ୍ୟ ପରିବହନକୁ ଛାଡ଼ କରାଯାଇଛି ।

ବାଧାମୁକ୍ତ ଭାବେ କୃଷି ଏବଂ ଆନୁସଙ୍ଗିକ କାର୍ଯ୍ୟକଳାପ ଜାରି ରଖିବା ଲାଗି ଏହି ନିଷ୍ପତି ନିଆଯାଇଛି । ଯାହାଫଳରେ ଲକଡାଉନ ସମୟରେ ଦେଶବାସୀଙ୍କୁ ନିରନ୍ତର ଖାଦ୍ୟଶସ୍ୟ ଉପଲବ୍ଧ କରିବା ସମ୍ଭବ ହୋଇପାରିବ । ଏଥିସହିତ କୃଷକ ଏବଂ ଦେଶର ଜନସାଧାରଣ କୌଣସି ସମସ୍ୟାରେ ପଡ଼ିବେ ନାହିଁ । ଏହି ଆଦେଶକୁ କଡ଼ାକଡ଼ି ଭାବେ ପାଳନ କରିବା ଲାଗି ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ, ବିଭାଗ, ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶର କ୍ଷମତାପ୍ରାପ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

agriculture Lockdown
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026

ରାଜ୍ୟସଭା ନିର୍ବାଚନ: ଅଧିକ ଶକ୍ତିଶାଳୀ ହେଲା ଏନଡିଏ, ଜାଣନ୍ତୁ ଇଣ୍ଡି ମେଣ୍ଟର ସ୍ଥିତି

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026
Latest News

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.