Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କରୋନା ମୁକାବିଲା : ଏସ୍‌ସିବିରେ ଆରମ୍ଭ ହେଲା କୋଭିଡ୍‌-୧୯ ପରୀକ୍ଷା
ବିଶେଷ ଖବର

କରୋନା ମୁକାବିଲା : ଏସ୍‌ସିବିରେ ଆରମ୍ଭ ହେଲା କୋଭିଡ୍‌-୧୯ ପରୀକ୍ଷା

March 31, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link
Subroto Bagchi
Subroto Bagchi

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : କରୋନା ଭୂତାଣୁ ରୋଗ (କୋଭିଡ୍‌-୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଉପରେ ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍‌ଚୀ ଆଜି ଅପରାହ୍ନରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । କଟକ ଏସ୍‌ସିବି ମେଡିକାଲ୍‌ କଲେଜ୍‌ରେ କୋଭିଡ୍‌-୧୯ ପରୀକ୍ଷା ଆରମ୍ଭ କର ଯାଇଛି । ଏହା ସହିତ ରାଜ୍ୟରେ ୨ ଲକ୍ଷ ଲୋକଙ୍କୁ ରନ୍ଧାଖାଦ୍ୟ ପ୍ରଦାନ କରାଯାଇଛି ।
ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ପଦକ୍ଷେପ :
୧. କଟକ ଏସ୍‌ସିବି ମେଡିକାଲ୍‌ କଲେଜ୍‌ରେ କୋଭିଡ୍‌ ପରୀକ୍ଷା ଆରମ୍ଭ ହୋଇଛି । ଫଳରେ ରାଜ୍ୟରେ ବର୍ତ୍ତମାନ ତିନୋଟି ସ୍ଥାନରେ କୋଭିଡ୍‌ ପରୀକ୍ଷା ହୋଇପାରୁଛି । ସେଗୁଡ଼ିକ ହେଉଛି ଆର୍‌ଏମ୍‌ଆର୍‌ସି, ଏମସ୍‌ ଓ ଏସ୍‌ସିବି ମେଡିକାଲ୍‌ କଲେଜ୍‌ । ଅନ୍ୟ ଦୁଇଟି ମେଡିକାଲ୍‌ କଲେଜ୍‌ରେ କୋଭିଡ୍‌ ପରୀକ୍ଷା ଆରମ୍ଭ କରିବା ପାଇଁ ସରକାର ତ୍ୱରିତ ପଦକ୍ଷେପ ଗ୍ରହଣ କରୁଛନ୍ତି ।
୨. ରାଜ୍ୟର ୪୩୩୮ଟି ଗ୍ରାମ ପଞ୍ଚାୟତରେ ଆଜି ୧,୭୫,୩୮୫ ଜଣ ଓ ୧୧୪ଟି ପୌରାଞ୍ଚଳରେ ୧୪,୩୮୩ ଜଣ ନିରାଶ୍ରୟ ଓ ଅସହାୟମାନଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି ।
୩. ରାଜ୍ୟର ବିଭିନ୍ନ ସ୍ଥାନରେ ଅଟକି ରହିଥିବା ବାହାର ରାଜ୍ୟର ଶ୍ରମଜୀବୀମାନଙ୍କୁ ସବୁ ପ୍ରକାର ସହାୟତା ଯୋଗାଇଦେବା ସହ ସେମାନଙ୍କୁ ଅତିଥି ଭାବେ ବ୍ୟବହାର କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ସେମାନଙ୍କ ରହିବା ଏବଂ ଖାଦ୍ୟପେୟ ପାଇଁ ଅସ୍ଥାୟୀ ଶିବିର ଖୋଲାଯାଇଛି । ବର୍ତ୍ତମାନ ସୁଦ୍ଧା ୨୭୬ଟି ଅସ୍ଥାୟୀ ଶିବିରରେ ପ୍ରାୟ ୧୯,୮୩୮ ଶ୍ରମଜୀବୀଙ୍କୁ ରଖାଯାଇଛି । ସେମାନଙ୍କ ପାଇଁ ୨୪ ଘଣ୍ଟିଆ ହେଲପ୍‌ଲାଇନ୍‌ ୧୮୦୦୩୪୫୬୭୦୩ କାର୍ଯ୍ୟ କରୁଛି ।
୪. ରାଜ୍ୟର ୧୧୪ଟି ପୌରାଞ୍ଚଳରେ ସମୁଦାୟ ୩୨,୫୩୮ ଶଯ୍ୟା ସମ୍ବଳିତ ୩୭୭ଟି ସଙ୍ଗରୋଧ କେନ୍ଦ୍ର (କ୍ୱାରାଣ୍ଟାଇନ୍‌ ସେଣ୍ଟର) ଚିହ୍ନଟ କରାଯାଇଛି ।
୫. ଆମ୍ବୁଲାନ୍ସର ଅପବ୍ୟବହାର ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି ।
‘ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ’
୧. ହଜରତ୍‌ ନିଜାମୁଦ୍ଦିନ୍‌ରୁ ଓଡ଼ିଶା ଫେରିଥିବା ବ୍ୟକ୍ତିବିଶେଷଙ୍କ ସଂପର୍କରେ ସରକାର ଅବଗତ ଅଛନ୍ତି ।
ବର୍ତ୍ତମାନ ସୁଦ୍ଧା ୩ ଜଣଙ୍କୁ ଚିହ୍ନଟ କରାଯାଇ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି ଏବଂ ଅନ୍ୟମାନଙ୍କ ସଂପର୍କରେ ଅନୁସନ୍ଧାନ ଜାରି ରହିଛି ।
୨. ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୩୦ ମାର୍ଚ୍ଚରୁ ୩୧ ମାର୍ଚ୍ଚ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୨୦୯ଟି ମାମଲା ଦାୟର କରାଯାଇଛି । ସେଥିରୁ ୧୯୮ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୨ଟି ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ ଓ  ୯ଟି କୋଭିଡ୍‌-୧୯ ସଂପୃକ୍ତ ନିୟମାବଳୀ ଉଲ୍ଲଂଘନ ନିମନ୍ତେ ଅନ୍ତର୍ଭୁକ୍ତ ।
ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା :
୧. ଆଜି ମଧ୍ୟାହ୍ନ ୧୨ଟା ସୁଦ୍ଧା ଓଡ଼ିଶାରେ ୪୭୩ଟି ନମୁନା କୋଭିଡ୍‌-୧୯ ପରୀକ୍ଷା ପାଇଁ ପଠାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୩ଟି ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।
୨. ପ୍ରଥମ ୨ଟି ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସିଥିବା ୫୫ ଜଣ ବ୍ୟକ୍ତି ଯୋଗାଯୋଗରେ ଅଛନ୍ତି । ତୃତୀୟ ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିବା ୧୧୨ ଜଣଙ୍କୁ ଆଜି ପର୍ଯ୍ୟନ୍ତ ଚିହ୍ନଟ କରାଯାଇଛି ଓ ଯୋଗାଯୋଗ ଜାରି ରହିଛି ।
୩. ଆଜି ୫୭ ଜଣ କରୋନା ସନ୍ଦିଗ୍ଧ ବିଭିନ୍ନ ଚିକିତ୍ସାଳୟରେ ପୃଥକ୍‌ବାସରେ ଅଛନ୍ତି ।
୪. ଆଜି ପର୍ଯ୍ୟନ୍ତ ମୋଟ ୧୧,୫୭୫ ଜଣ ଅନ୍‌ଲାଇନ୍‌ ଏବଂ ୧୦୪ ମାଧ୍ୟମରେ ପଞ୍ଜୀକରଣ କରାଇଛନ୍ତି । ସେମାନଙ୍କ ମଧ୍ୟରୁ ୪,୩୦୪ ଜଣ ବିଦେଶରୁ ଆସିଛନ୍ତି ।

covid19
Share. Facebook Twitter LinkedIn Email WhatsApp Copy Link

Related Posts

“ବେଇମାନ ଓ ଚୋରୀ” କୁ ନେଇ ନୂଆପଡାରେ ବିଜେପି ସଭାପତି ମନମୋହନ ସାମଲ କହିଲେ.. 

November 9, 2025

ସରିଲା ନୁଆପଡା ଉପନିର୍ବାଚନ ପ୍ରଚାର, ଏବେ ଅନ୍ଧାରୀ ବିଜେ, ହେଲିକାପ୍ଟରରେ ଯିବେ ପୁଲିଂ ପାର୍ଟି

November 9, 2025

“ମୁସଲମାନମାନେ କ’ଣ ଆରଏସଏସ ରେ ଯୋଗ ଦେଇପାରିବେ?”: ଉତ୍ତର ଦେଲେ ମୋହନ ଭାଗବତ

November 9, 2025

ପ୍ରଚାର ଶେଷ ହେବାର କିଛି ସମୟ ପୂର୍ବରୁ ନୂଆପଡାବାସୀଙ୍କୁ ନବୀନ ଦେଲେ ବାର୍ତ୍ତା, ମନମୋହନଙ୍କ କାଉଣ୍ଟର

November 9, 2025
Latest News

“ବେଇମାନ ଓ ଚୋରୀ” କୁ ନେଇ ନୂଆପଡାରେ ବିଜେପି ସଭାପତି ମନମୋହନ ସାମଲ କହିଲେ.. 

November 9, 2025

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ବାଣପୁର: ମାନସିକ ଭରସାମ୍ୟ ହରାଇ ଆତ୍ମହତ୍ୟା କଲେ ମହିଳା

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.