Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜଗତସିଂହପୁର ଜିଲ୍ଲାରେ କରୋନା ସଂକ୍ରମଣ ଜନିତ ସ୍ଥିତିର ସମୀକ୍ଷା କଲେ ଜିଲ୍ଲାପାଳ
ଆଞ୍ଚଳିକ

ଜଗତସିଂହପୁର ଜିଲ୍ଲାରେ କରୋନା ସଂକ୍ରମଣ ଜନିତ ସ୍ଥିତିର ସମୀକ୍ଷା କଲେ ଜିଲ୍ଲାପାଳ

April 3, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର: ଗୁରୁବାର ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥ ଓସୱାନ ଭି.ସି ରୁମ୍ ରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଜିଲ୍ଲାର ସମସ୍ତ ବିଡିଓ, ତହସିଲଦାର, ଅତିରିକ୍ତ ତହସିଲଦାର ଓ ପୌର ନିର୍ବାହୀ ଅଧିକାରୀଙ୍କ ସହ ଭିଡିଓ କନଫରେନ୍ସ ମାଧ୍ୟମରେ ଜିଲ୍ଲାରେ କରୋନା ଭୂତାଣୁ କୋଭିଡ଼-୧୯ ସଂକ୍ରମଣ ଜନିତ ସ୍ଥିତିର ସମୀକ୍ଷା କରିଥିଲେ।

ଜିଲ୍ଲାର ଗ୍ରାମାଞ୍ଚଳରେ ଗତକାଲି ସୁଦ୍ଧା ୧୬୯ଟି ପଞ୍ଚାୟତରେ ଅସ୍ଥାୟୀ ଚିକିତ୍ସାକେନ୍ଦ୍ର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ପୌରାଞ୍ଚଳର ୪ଟି କେନ୍ଦ୍ର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ଗତକାଲି ସୁଦ୍ଧା ୧୬ ହଜାରରୁ ଉର୍ଦ୍ଧ୍ଵ ଖାଦ୍ୟସୁରକ୍ଷା ହିତାଧିକାରୀଙ୍କୁ ୧୧୪୯୩.୮୨ କ୍ୱିଣ୍ଟାଲ ଚାଉଳ/ଗହମ ବଣ୍ଟନ କରାଯାଇଛି। ଜିଲ୍ଲାର ୮୨ଟି ପଞ୍ଚାୟତରେ ନିରାଶ୍ରୟ, ଅଭାବଗ୍ରସ୍ତ, ପୀଡିତ ବୃଦ୍ଧ, ବୃଦ୍ଧା ୧୧୯୬୯ ଜଣଙ୍କୁ ମାଗଣା ରନ୍ଧାଖାଦ୍ୟ ବଣ୍ଟନ କରାଯାଇଥିବା ବେଳେ ଜଗତସିଂହପୁର ଓ ପାରାଦ୍ବୀପ ପୌରାଞ୍ଚଳରେ ୧୧୫୯ ଜଣଙ୍କୁ ରନ୍ଧାଖାଦ୍ୟ ପ୍ରଦାନ କରାଯାଇଛି। ସାମାଜିକ ସୁରକ୍ଷା ଯୋଜନାରେ ୧,୦୪,୨୧୯ ହିତାଧିକାରୀଙ୍କୁ ଗତକାଲି ସୁଦ୍ଧା ୨୨କୋଟି ୨୬ଲକ୍ଷ ୫୨୧ ହଜାର ଟଙ୍କା ବଣ୍ଟନ କରାଯାଇଛି। ୭୭ ପ୍ରତିଶତରୁ ଊର୍ଦ୍ଧ୍ବ ଲୋକଙ୍କୁ ଭତ୍ତା ପ୍ରଦାନ କରାଯାଇଥିବା ବେଳେ ଏପ୍ରିଲ ୫ ସୁଦ୍ଧା ସମସ୍ତ ଭତ୍ତା ବଣ୍ଟନ କାର୍ଯ୍ୟ ଶେଷ କରିବାକୁ ଜିଲ୍ଲାପାଳ ସମସ୍ତ ବିଡିଓ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ମଧ୍ୟାହ୍ନ ଭୋଜନ ବାବଦରେ ରାଇସ୍ କୁପନ ୭୫,୮୬୫ ପିଲାଙ୍କର ଅଭିଭାବକ ମାନଙ୍କୁ ବଣ୍ଟାଯାଇ ୯୯.୭୩ ପ୍ରତିଶତ ସମ୍ପୂର୍ଣ୍ଣ ହୋଇଛି। ସମସ୍ତ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ଓ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ମରାମତି କାର୍ଯ୍ୟ ତୁରନ୍ତ ଶେଷ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ଜିଲ୍ଲାର ବିଭିନ୍ନ ପଞ୍ଚାୟତର ଅସ୍ଥାୟୀ ଚିକିତ୍ସା କେନ୍ଦ୍ରକୁ ଉପଯୁକ୍ତ ଜୀବାଣୁ ଶୁନ୍ୟ କରିବା ଓ ସଫାସୁତୁରା ରଖିବା ପ୍ରତି କେନ୍ଦ୍ର ସହିତ ଅଙ୍ଗନବାଡ଼ି ଓ ଏ. ଏନ୍.ଏମ୍ ସମନ୍ୱୟ ରକ୍ଷାକରିବେ।ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ଚାଉଳ ସହିତ ୧ହଜାର ଟଙ୍କା ପ୍ରଦାନ କରାଯିବ। ସମୂହ ପ୍ରାର୍ଥନା, ନମାଜ୍ ଉପରେ କଟକଣା ଜାରି କରାଯାଇଛି। କରୋନା ଭୂତାଣୁ କୋଭିଡ଼-୧୯ ସଂକ୍ରମଣର ବିପର୍ଯ୍ୟୟ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟସରକାର ସର୍ବସାଧାରଣଙ୍କ ସାମାଜିକ ଦୂରତ୍ୱ ଓ ବାହାରେ ବୁଲାବୁଲି, ଗୃହ ସଂଗରୋଧ ଏବଂ ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ଉପରେ କଟକଣା ଜାରି କରାଯାଇଛି। କିନ୍ତୁ ଦୈନନ୍ଦିନ ଜୀବନରେ ଅତ୍ୟାବଶ୍ୟକ ସାମଗ୍ରୀ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ତେଜରାତି ସଉଦା, ପନିପରିବା,ମାଛ,ମାଂସ,ଫଳ ଦୋକାନ ଖୋଲିବା ସମୟରେ ପରିବର୍ତ୍ତନ କରିଛନ୍ତି। ଏହିସବୁ ବ୍ୟବସାୟ ପ୍ରତିଷ୍ଠାନ ସକାଳ ୬ଟାରୁ ୧୧ଟା ପର୍ଯ୍ୟନ୍ତ ସବୁଦିନ ଖୋଲା ରହିବ। ସାପ୍ତାହିକ ହାଟ ସପ୍ତାହରେ ଗୋଟିଏ ଦିନ ଏହି ସମୟରେ ଖୋଲାରହିବ। ଏହି କଟକଣା ଔଷଧ ଦୋକାନ ପାଇଁ ଲାଗୁ ହେବନାହିଁ। ଜଗତସିଂହପୁର ସୋମନାଥ ହାଟ ପୋଷ୍ଟଅଫିସ୍ ଛକଠାରୁ କଲେଜ୍ ଛକ ପର୍ଯ୍ୟନ୍ତ ଏବଂ ଏସ୍.ଭି.ଏମ୍ କଲେଜ୍ କ୍ୟାମ୍ପସରେ ଅନୁଷ୍ଠିତ ହେବ ବୋଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

କୋଭିଡ଼-୧୯ ସଂକ୍ରମଣ ଜଗତସିଂହପୁର ଜିଲ୍ଲା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମୀକ୍ଷା ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026
Latest News

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.