Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କୋଭିଡ-19 ମୁକାବିଲା ପାଇଁ 15 ହଜାର କୋଟି ଟଙ୍କା ପ୍ୟାକେଜକୁ ଅନୁମୋଦନ, ଜାଣନ୍ତୁ କେଉଁ ବାବଦରେ କେତେ
ଜାତୀୟ ଖବର

କୋଭିଡ-19 ମୁକାବିଲା ପାଇଁ 15 ହଜାର କୋଟି ଟଙ୍କା ପ୍ୟାକେଜକୁ ଅନୁମୋଦନ, ଜାଣନ୍ତୁ କେଉଁ ବାବଦରେ କେତେ

April 9, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, କୋଭିଡ-19ର ମୁକାବିଲା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଜରୁରିକାଳୀନ ସ୍ଵାସ୍ଥ୍ୟଭିତ୍ତିକ ପ୍ୟାକେଜ ବାବଦକୁ 15 ହଜାର କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ମଞ୍ଜୁର ଅର୍ଥ ମଧ୍ୟରୁ 7,774 କୋଟି ଟଙ୍କା ଜରୁରିକାଳୀନ ଆବଶ୍ୟକତା ଓ ଅବଶିଷ୍ଟ ଅର୍ଥ ମଧ୍ୟବର୍ତ୍ତିକାଳୀନ ସହାୟତା ପାଇଁ ଉଦ୍ଦିଷ୍ଟ। ଏହି ମଧ୍ୟବର୍ତ୍ତିକାଳୀନ ସହାୟତା 1 ବର୍ଷରୁ 4 ବର୍ଷ ମଧ୍ୟରେ ବିଭିନ୍ନ ମିଶନ ଆକାରରେ ଖର୍ଚ୍ଚ କରାଯିବ ।

ଏହି ପ୍ୟାକେଜର ମୁଖ୍ୟ ଉଦ୍ଦେଶ୍ୟ ହେଲା କୋଭିଡ-19 ପ୍ରକୋପକୁ ରୋଗ ନିରୂପଣ ଦ୍ଵାରା ସମାଧାନ କରିବା, ସଂକ୍ରମିତ ରୋଗୀଙ୍କ ପାଇଁ ଆବଶ୍ୟକୀୟ ଔଷଧ ଓ ଉପକରଣ ପ୍ରଦାନ କରିବା, ରାଜ୍ୟ ଓ ଜାତୀୟ ସ୍ତରରେ ସ୍ୱାସ୍ଥ୍ୟ ପଦ୍ଧତିକୁ ଅଧିକ ସରଳ କରି ଏହାର ପ୍ରଭାବ ହ୍ରାସ କରିବା ଇତ୍ୟାଦି ଅନ୍ତର୍ଭୁକ୍ତ । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ଵାରା ସମଗ୍ର ଯୋଜନାକୁ ଯୁଦ୍ଧ କାଳୀନ ଭିତ୍ତିରେ ଲାଗୁ କରାଯିବ।

ଗତ ମାସ 24 ତାରିଖ ଦିନ ପ୍ରଧାନମନ୍ତ୍ରୀ ଦେଶକୁ ଉଦବୋଧନ ଦେବା ସମୟରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଏବଂ ଦେଶର ମେଡିକାଲ ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ 15 ହଜାର କୋଟି ଟଙ୍କାର ବ୍ୟୟ ବରାଦ କରିଥିଲେ। ଏହାଦ୍ଵାରା କରୋନା ସଂକ୍ରମଣ ପରୀକ୍ଷା ପରିସର ବୃଦ୍ଧି, ବ୍ୟକ୍ତିଗତ ସୁରକ୍ଷା ଉପକରଣ, ଏକାନ୍ତବାସ ଓ ଆଇସିୟୁ ଶଯ୍ୟା ବୃଦ୍ଧି ଓ ଭେଣ୍ଟିଲେଟର ବାବଦରେ ଏହି ଅର୍ଥ ବ୍ୟୟ ହେବ। ଏହାଛଡା ଡାକ୍ତରୀ ଓ ସ୍ୱାସ୍ଥ୍ୟକର୍ମୀମାନଙ୍କ ତାଲିମ ସହ ଦେଶରେ ସ୍ୱାସ୍ଥ୍ୟ ସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।

ଏହି ମଞ୍ଜୁର ଅର୍ଥର ସିଂହ ଭାଗ ଜରୁରିକାଳୀନ ବ୍ୟବସ୍ଥାର ଉନ୍ନତିକରଣ, ଦେଶ ଓ ରାଜ୍ୟର ସ୍ୱାସ୍ଥ୍ୟ ପଦ୍ଧତିକୁ ସୁଦୃଢ କରି ମହାମାରୀ ଉପରେ ଅଧିକ ଗବେଷଣା ଏବଂ ସଂକ୍ରମଣ ପ୍ରତି ସତର୍କ ଦୃଷ୍ଟି ମଧ୍ୟ ରଖାଯାଇପାରିବ। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ଜାତୀୟ ସ୍ୱାସ୍ଥ୍ୟ ମିଶନ, ଆଇସିଏମଆର, ଜାତୀୟ ରୋଗ ନିୟନ୍ତ୍ରଣ କେନ୍ଦ୍ର, ସ୍ୱାସ୍ଥ୍ୟ ଗବେଷଣା ବିଭାଗ ଇତ୍ୟାଦି ସଂସ୍ଥା ଜରିଆରେ ଏହିସବୁ କାର୍ଯ୍ୟକୁ ତ୍ୱରାନ୍ୱିତ କରିବ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏହି ମହାମାରୀକୁ ରୋକିବା ଦିଗରେ ଅଗ୍ରଣୀ ଭୂମିକା ଗ୍ରହଣ କରିଛି। ସରକାରୀ କ୍ଷେତ୍ରରେ 157 ଓ ବେସରକାରୀ କ୍ଷେତ୍ରରେ 66 ଏହିଭଳି ମୋଟ 223ଟି ପରୀକ୍ଷାଗାର ନିର୍ମାଣ କରି କରୋନା ସଂକ୍ରମଣର ପରୀକ୍ଷା ନିରୀକ୍ଷା କରୁଛି । ଏହାଛଡା ମନ୍ତ୍ରଣାଳୟର ଜରୁରିକାଳୀନ ଭିତ୍ତିରେ କୋଭିଡ-19ର ମୁକାବିଲା ନିମନ୍ତେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ 4,113 କୋଟି ଟଙ୍କା ପ୍ରଦାନ କରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026
Latest News

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.