
ବ୍ରହ୍ମପୁର: ଖେଳକୁ ନେଇ ଜଣେ ନାବାଳକ ଆଉ ଜଣେ ନାବାଳକର ହତ୍ୟା କରିଛି। ବ୍ୟାଟ୍ରେ ପିଟି ଜଣେ ନାବାଳକୁ ଆଉ ଜଣେ ନାବାଳାକ ପିଟି ମାରିଦେଇଥିବାର ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। କ୍ରିକେଟ୍ ଖେଳିବା ବେଳେ ଦୁଇ ନାବାଳାକ ମଧ୍ୟରେ ଗଣ୍ଡଗୋଳ ହେବାରୁ ଏପରି ଅଘଟଣ ଘଟିଥିବାର ସୂଚନା ମିଳିଛି। ହିଞ୍ଜିଳି ଥାନା ଖରିଡା ଗ୍ରାମରେ କ୍ରିକେଟ୍ ଖେଳ ବେଳେ ଏହି ଦୁଃଖଦ ଘଟଣା ଘଟିଛି। ମୃତ ବାଳକ ଜଣକ ହେଉଛନ୍ତି କେଶବ ସେଠୀଙ୍କର ୧୩ ବର୍ଷୀୟ ପୁତ୍ର। ଆକ୍ରମଣକାରୀ ନାବାଳକକୁ ଥାନାରେ ପୋଲିସ ଅଟକ ରଖିଛି।