Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ତିନି ତାରିଖ ପର୍ଯ୍ୟନ୍ତ ବାହାର ଯାତ୍ରା ସମ୍ଭବ ନୁହେଁ : ଗଜପତି ମହାରାଜା
ଆଜିର ଖବର

ଆସନ୍ତା ତିନି ତାରିଖ ପର୍ଯ୍ୟନ୍ତ ବାହାର ଯାତ୍ରା ସମ୍ଭବ ନୁହେଁ : ଗଜପତି ମହାରାଜା

April 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ : ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି । ପରିଚାଳନା କମିଟି ବୈଠକ ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ମନ୍ତବ୍ୟ ଦେଇଛନ୍ତି । ଆଉ ଦୁଇଦିନ ପରେ ଅକ୍ଷୟତୃତୀୟା । ଏହି ଦିନ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୁଏ । ତେବେ ଲକ୍ ଡାଉନ୍‌ ଚାଲିଥିବାରୁ ବାହାର ଯାତ୍ରା ହୋଇପାରିବନି ବୋଲି ସୂଚନା ରହିଛି । ସବୁ ଧର୍ମପୀଠରେ ବାହାର ଯାତ୍ରାକୁ ପୂରା ବାରଣ କରାଯାଇଛି । କେନ୍ଦ୍ର, ରାଜ୍ୟ ସରକାରଙ୍କ ନିୟମ ପରିଚାଳନା କମିଟି ମାନିବାକୁ ବାଧ୍ୟ ବୋଲି ସୂଚନା ରହିଛି । ସେହିପରି ଆସନ୍ତା ତିନି ତାରିଖ ପର୍ଯ୍ୟନ୍ତ କୌଣସି ବାହାର ଯାତ୍ରା ସମ୍ଭବ ନୁହେଁ ବୋଲି କହିଛନ୍ତି ଗଜପତି । ଶ୍ରୀମନ୍ଦିର ପରମ୍ପରାକୁ ଦୃଷ୍ଟିରେ ରଖି ସନ୍ଧ୍ୟା ସମୟରେ ଶଙ୍କରାଚାର୍ଯ୍ୟକୁ ଭେଟି ଏ ସମ୍ପର୍କରେ ଆଲୋଚନା କରାଯିବ । ଗୁରୁଜୀଙ୍କ ପରାମର୍ଶ ଅନୁସାରେ ଅକ୍ଷୟ ତୃତୀୟା ନୀତି ପାଳନ ହେବ ବୋଲି ସୂଚନା ଦେଇଛନ୍ତି ଗଜପତି ମହାରାଜା ।

ତେବେ ସ୍ନାନଯାତ୍ରା ଓ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ସମୟ ଅଛି, ସେଥିପାଇଁ ଅପେକ୍ଷା କରିବାକୁ କହିଛନ୍ତି ମହାରାଜା ଗଜପତି । ଆସନ୍ତା ମେ’ ତିନି ତାରିଖରେ ଯାହା ଗାଇଡ ଲାଇନ୍‌ ଆସିବ, ତାକୁ ଦେଖିମିଟିଂ କରାଯାଇ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ଗଜପତି ମହାରାଜା । ଜନମାନସର ସୁରକ୍ଷା ପାଇଁ ଗାଇଡ ଲାଇନ ପାଳନ କରାଯିବ ବୋଲି କହିଛନ୍ତି ଗଜପତି ମହାରାଜା । କେନ୍ଦ୍ର, ରାଜ୍ୟ ଯାହା ନିଷ୍ପତ୍ତି ନେବେ, ତାକୁ ପାଳନ କରାଯିବ ବୋଲି କହିଛନ୍ତି ଗଜପତି ମହାରାଜା। ଏହି ବୈଠକରେ ମହାପ୍ରଭୁଙ୍କ ପର୍ବପର୍ବାଣୀ ପାଳନକୁ ନେଇ ଆଲୋଚନା କରାଯାଇଥିଲା । ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକୁ ମିଳିଥିବା ଚିଠି ନେଇ ଏହି ବୈଠକ ଅନୁଷ୍ଠିତ ହୋଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Latest News

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.