ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ଯୋଗୁଁ ମୃତ୍ୟୁ ହୋଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍ରୁ ସୂଚନା ମିଳିଛି । ମୃତ ବ୍ୟକ୍ତି ଖୋର୍ଦ୍ଧା ଜିଲ୍ଲାର ହୋଇଥିବାର ସୂଚନା ରହିଛି । ତେବେ କେତେ ନମ୍ବର ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ସେକଥା ସ୍ପଷ୍ଟ ହୋଇନି । ପୂର୍ବରୁ ଜଣଙ୍କର ମୃତ୍ୟୁ ସହ ଓଡ଼ିଶାରେ କରୋନା ମୃତ୍ୟୁ 2କୁ ବୃଦ୍ଧି ହୋଇଛି। ସେହିପରି ରାଜ୍ୟର ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 177କୁ ବୃଦ୍ଧି ହୋଇଛି ।
ଆଜି ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 177କୁ ବୃଦ୍ଧି ପାଇଛି। ଚିହ୍ନଟ ନୂଆ ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା। ଫଳରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା 4ରେ ପହଞ୍ଚିଛି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା 177କୁ ବୃଦ୍ଧି ପାଇଛି। 60 ଜଣ ସୁସ୍ଥ ହୋଇଥିବାବେଳେ 115 ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଖୋର୍ଦ୍ଧା ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା 47 ଥିବାବେଳେ ଦୁଇଜଣଙ୍କର ମୃତ୍ୟୁ ହୋଇଛି ।31 ଜଣ ସୁସ୍ଥ ହୋଇଥିବେଳେ ଦୁଇଜଣଙ୍କ ମୃତ୍ୟୁ ହୋଇଛି ।