ଭାବା ଆଣବିକ ଗବେଷଣା କେନ୍ଦ୍ରର ନୂଆ ନିର୍ଦ୍ଦେଶକ ହେଲେ ଓଡ଼ିଆ ବୈଜ୍ଞାନିକ ଡକ୍ଟର ଅଜିତ୍‌ କୁମାର ମହାନ୍ତି

Published: Mar 7, 2019, 11:44 am IST
ajit-kumar-mohanty new director BARC

ଭାବା ଆଣବିକ ଗବେଷଣା କେନ୍ଦ୍ର (ବାର୍କ)ରେ ନୂଆ ନିର୍ଦ୍ଦେଶକ ହେଲେ ଓଡ଼ିଆ ବୈଜ୍ଞାନିକ ଡକ୍ଟର ଅଜିତ୍ କୁମାର ମହାନ୍ତି।  ଏହି ପଦବୀ ଗତ ଛଅ ମାସ ହେଲା ଖାଲି ପଡିଥିଲା । ନିଯୁକ୍ତି ସଂକ୍ରାନ୍ତୀୟ କ୍ୟାବିନେଟ୍‌ କମିଟିର ନିଷ୍ପତ୍ତି କ୍ରମେ ଡକ୍ଟର ମହାନ୍ତିଙ୍କୁ ଏହି ନିଯୁକ୍ତି ଦିଆଯାଇଛି। ମୁମ୍ବାଇ ସ୍ଥିତ ଦେଶର ଏହି ପ୍ରମୁଖ ଆଣବିକ ଗବେଷଣା କେନ୍ଦ୍ରରେ ସେ ତିନି ବର୍ଷ ପାଇଁ ନିର୍ଦ୍ଦେଶକ ଦାୟିତ୍ୱରେ ରହିବେ। ବେସିକ୍ ଫିଜିକ୍ସରେ ବିଶେଷ ପାରଦର୍ଶିତା ହାସଲ କରିଥିବା ଏହି ୫୯ ବର୍ଷୀୟ ଓଡ଼ିଆ ବୈଜ୍ଞାନିକ ‘ଡାର୍କ ମ୍ୟାଟର୍’ର ରହସ୍ୟ ଉନ୍ମୋଚନ କ୍ଷେତ୍ରରେ ବି କାର୍ଯ୍ୟ କରୁଛନ୍ତି। ଅଜିତ ମହାନ୍ତି ଏବେ ଭାବା ଆଣବିକ ଗବେଷଣା କେନ୍ଦ୍ରର ଫିଜିକ୍ସ ବିଭାଗ ନିର୍ଦ୍ଦେଶକ ଅଛନ୍ତି। ସେ କୋଲକାତା ସ୍ଥିତ ସାହା ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ନ୍ୟୁକ୍ଲିଅର ଫିଜିକ୍ସର ନିର୍ଦ୍ଦେଶକ ମଧ୍ୟ ଥିଲେ। ଯଦୁଗୋଡ଼ାରେ ୟୁରାନିୟମ୍‌ ଖଣିରେ ଭାରତର ଗଭୀରତମ ଅଣ୍ଡରଗ୍ରାଉଣ୍ଡ ଲାବୋରଟୋରୀ ପ୍ରତିଷ୍ଠା କରିବାରେ ସେ ଥିଲେ ପ୍ରମୁଖ ସୂତ୍ରଧର।

Related posts