ବିଜେପିର ରାଷ୍ଟ୍ରୀୟ ଉପସଭାପତି ଓ ରାଷ୍ଟ୍ରୀୟ ମୁଖପାତ୍ର ଭାବେ ନିଯୁକ୍ତି ପାଇଲେ ବୈଜୟନ୍ତ

Published: Mar 8, 2019, 6:27 pm IST
baijant panda appoints national vp and spokesperson of bjp

ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିବା ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଦଳ ପକ୍ଷରୁ ସାଂଗଠନିକ  ଦାୟିତ୍ୱ ଦିଆଯାଇଛି। ବୈଜୟନ୍ତଙ୍କୁ  ଦଳର ରାଷ୍ଟ୍ରୀୟ ଉପସଭାପତି ଓ ରାଷ୍ଟ୍ରୀୟ ମୁଖପାତ୍ର ଭାବେ ମଧ୍ୟ ନିଯୁକ୍ତି ଦିଆଯାଇଛି।  ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଆଜି ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ଗତ ୪ ତାରିଖରେ ନୂଆଦିଲ୍ଲୀରେ ବିଜେପିରେ ଯୋଗଦେଇଥିଲେ ଶ୍ରୀ ପଣ୍ଡା। କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ, ଓଡ଼ିଶା ପ୍ରଭାରୀ ଅରୁଣ ସିଂହ, ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା ଓ ବିଜେପି ବିଧାୟକ ଦଳ ନେତା କନକବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗଦେଇଥିଲେ। ଏହି ଅବସରରେ ଶ୍ରୀ ପଣ୍ଡା ଧନ୍ୟବାଦ ଜଣାଇବା ସହିତ  ଦଳର ସଫଳତା ପାଇଁ ପ୍ରତିଶ୍ରୁତିବଦ୍ଧ ଭାବେ କାର୍ଯ୍ୟ କରିବ ବୋଲି କହିଛନ୍ତି । ନରେନ୍ଦ୍ର ମୋଦିଙ୍କ ନେତୃତ୍ବରେ ନ୍ୟୁ ଇଣ୍ଡିଆ ପାଇଁ କାର୍ଯ୍ୟ କରିବେ ବୋଲି ସେ କହିଛନ୍ତି ।

Related posts