Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଟଗାଁରେ ହାତୀ ଆକ୍ରମଣରେ ମହିଳାଙ୍କ ପ୍ରାଣହାନି
ଆଜିର ଖବର

ବାଟଗାଁରେ ହାତୀ ଆକ୍ରମଣରେ ମହିଳାଙ୍କ ପ୍ରାଣହାନି

May 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହରା
ରେଢାଖୋଲ: ଆଜି ନାକଟିଦେଉଳ ବ୍ଲକର ବାଟଗାଁରେ ଜଣେ ମହିଳା ପତ୍ର ତୋଳାଳିିଙ୍କୁ ହାତୀ ଦଳି ଦେଇଥିବା ଖବର ହସ୍ତଗତ ହୋଇଛି। ପ୍ରକାଶ ଯେ ନାକ୍‌ଟିଦେଉଳ ରେଞ୍ଜ ଅଧିନସ୍ଥ ବାଟଗାଁ ପଂଚାୟତର ବେଠିଆବେନି ଗ୍ରାମରେ ଜଣେ ମହିଳା ପତ୍ର ତୋଳି ଯାଇଥିବା ବେଳେ ଜଙ୍ଗଲରେ ହାତୀ ସାମ୍ନାରେ ପଡିଯାଇଥିଲେ। ହାତୀଟି ଦଳିଦେଇ ସେଠାରୁ ଜଙ୍ଗଲ ଆଡକୁ ପଳାଇଥିବା ଖବର ହସ୍ତଗତ ହୋଇଛି। ମୃତ ମହିଳା ଜଣଙ୍କ ହେଲେ ଦମୟନ୍ତୀ ଦେହୁରୀ (୬୫)। ବହୁ ସମୟ ଧରି ସେ ଘରକୁ ନ ଆସିବାରୁ ଖୋଜାଖୋଜି ପରେ ତାଙ୍କର ମୃତ ଦେହ ପରିବାର ଲୋକେ ପାଇ ଜଙ୍ଗଲ ବିଭାଗକୁ ଖବର ଦେଇଥିଲେ। ଖବର ଲେଖାହେବା ପର୍ଯ୍ୟନ୍ତ ମୃତ ଦେହ ନିକଟରେ ଜଙ୍ଗଲ ବିଭାଗର କୌଣସି ଅଧିକାରୀ ପହଂଚି ନ ଥିବାର ସୂଚନା ହସ୍ତଗତ ହୋଇଛି।

ନାକଟିଦେଉଳ ରେଞ୍ଜ ଅଧିକାରୀ ଅଶ୍ୱିନୀ ବେହେରାଙ୍କୁ ଯୋଗାଯୋଗ କରିବାରୁ ପୋଲିସ୍‌ ଆସିଲେ ଶବ ପାଖକୁ ଯାଇ ସେ କେଉଁ ଅଂଚଳରେ ମୃତ୍ୟୁବରଣ କରିଛି ସବିଶେଷ ତଥ୍ୟ ଦେଇ ପାରିବୁ ବୋଲି ଆମ ପ୍ରତିନିଧିଙ୍କ ଠାରେ ପ୍ରକାଶ କରିଛନ୍ତି। ଏମିତି ବାରମ୍ବାର ରେଢାଖୋଲ ସବଡିଭିଜନରେ ହାତୀ ହାବୁଡରେ ପଡି ବହୁ ଧନ ଜୀବନ ଯାଉଥିବାର ନଜିର ରହିଛି। ଦିନକୁ ଦିନ ଜଙ୍ଗଲ ଧ୍ୱଂସ ପାଇବା ଫଳରେ ହାତୀମାନେ ଗାଁ ଆଡକୁ ମାଡି ଆସୁଛନ୍ତି।

ନିକଟରେ ରେଢାଖୋଲ ହେମାମୁରା ଗ୍ରାମରେ ମଧ୍ୟ ଜଣେ ମହିଳାକୁ ହାତୀ ଦଳିଦେବା ସହ ବାଟଗାଁ ପଂଚାୟତର ବିନ୍ଧପୁର ଗ୍ରାମରେ ମଧ୍ୟ ଜଣେ ମହିଳାକୁ ହାତୀ ମାରିଦେଇଥିଲା। ମୃତ ମହିଳାଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ଦେବାକୁ ଦାବି ହେଉଛି।

elephant killed rairakhola
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.