Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ପ୍ରଶାସନର ଅଜବ ନୀତି: ଦୁର୍ନୀତି ବିରୋଧରେ ମୁହଁ ଖୋଲିଲେ ଦିଆଯାଉଛି ଥାନାରେ ଏତଲା
ଆଞ୍ଚଳିକ

ବାଣପୁର ପ୍ରଶାସନର ଅଜବ ନୀତି: ଦୁର୍ନୀତି ବିରୋଧରେ ମୁହଁ ଖୋଲିଲେ ଦିଆଯାଉଛି ଥାନାରେ ଏତଲା

June 3, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ

ବାଣପୁର: କ୍ବାରେଣ୍ଟିନ୍‌ ସେଣ୍ଟରରେ ଅବ୍ୟବସ୍ଥାର ଖବର ସାମ୍ନାକୁ ଆସୁଛି। ଏନେଇ ପ୍ରବାସୀ ମାନେ ଅଭିଯୋଗ କରିବା ସହ ଧାରଣା ମଧ୍ୟ ଦେଉଛନ୍ତି। ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ବ୍ଲକ ନାଚୁଣୀ କ୍ବାରେଣ୍ଟିନ୍‌ ସେଣ୍ଟର ଅବ୍ୟବସ୍ଥାକୁ ନେଇ ଏକ ଚର୍ଚ୍ଚାର ଘଟଣା ସାମ୍ନାକୁ ଆସିଛି।

ମିଳିଥିବା ସୂଚନା ଅନୁସାରେ ନାଚୁଣୀଠାରେ ଥିବା ଏକ କ୍ବାରେଣ୍ଟାଇନ୍‌ ସେଣ୍ଟରରେ ବ୍ୟାପକ ଅବ୍ୟବସ୍ଥା ନେଇ ପ୍ରବାସୀଙ୍କ ଅଭିଯୋଗ କ୍ରମେ ଜନୈକ ଗଣମାଧ୍ୟମର ସମ୍ପାଦକ ଏନେଇ ସମ୍ପୃକ୍ତ କ୍ବାରେଣ୍ଟାଇନ୍‌ ସେଣ୍ଟରର ଦାୟିତ୍ବରେ ଥିବା ନୋଡାଲ୍‌ ଅଫିସରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। କିନ୍ତୁ ସମ୍ପୃକ୍ତ ନୋଡାଲ୍‌ ଅଫିସର ଜଣକ ଏ ସମ୍ପର୍କରେ ସେ କିଛି କହିପାରିବେ ନାହିଁ, ଏନେଇ ବିଡିଓଙ୍କ ସହ ଯୋଗାଯୋଗ କରିବାକୁ କହିଥିଲେ। କ୍ବାରେଣ୍ଟାଇନ୍‌ ସେଣ୍ଟରର ଦାୟିତ୍ବ ନୋଡାଲ୍‌ ଅଫିସରଙ୍କ ଅଧୀନରେ ରହୁଥିବାବେଳେ ସେ ନିଜ ଦାୟିତ୍ବକୁ ଅତି ହାଲୁକା ଭାବରେ ଗ୍ରହଣ କରୁଥିବାର ଦେଖାଯାଉଛି। ପରବର୍ତ୍ତୀ ସମୟରେ ଏନେଇ ତାଙ୍କୁ ଅଧିକ ପଚରାଯିବାରୁ ସେ ସମ୍ପୃକ୍ତ ଗଣମାଧ୍ୟମ ସଂସ୍ଥା ପ୍ରତି ସଙ୍ଗୀନ ଅଭିଯୋଗ କରିଛନ୍ତି। ଉକ୍ତ ସଂସ୍ଥାର ସମ୍ପାଦକ ଜଣକ ଫୋନ୍‌ ମାଧ୍ୟମରେ ତାଙ୍କୁ ଦୁର୍ବ୍ୟବହାର କରିବା, ଜାତିକୁ ଆକ୍ଷେପ କରିବା ସହିତ ମାରିବାକୁ ଧମକ ଦେଇଥିବାର ଅଭିଯୋଗ କରିଛନ୍ତି ନୋଡାଲ୍‌ ଅଫିସର୍‌।

ଏଠାରେ ପ୍ରଶ୍ନ ଉଠୁଛି ଯେ, କ୍ବାରେଣ୍ଟିନ୍‌ରେ ପ୍ରବାସୀଙ୍କୁ ସମସ୍ତ ପ୍ରକାରର ସୁବିଧା ସୁଯୋଗ ଦେବା ପାଇଁ ସରକାର ସମସ୍ତ ବ୍ୟବସ୍ଥା କରିଛନ୍ତି। ଏଥିପାଇଁ କୋଟି କୋଟି ଟଙ୍କାର ଅନୁଦାନ ମଧ୍ୟ ଦିଆଯାଉଛି। କିନ୍ତୁ ସରକାରୀ କର୍ମଚାରୀମାନେ ନିଜକୁ ସର୍ବେସର୍ବା ଭାବି ଏହାର ଖୋଲାଖୋଲି ଉଲ୍ଲଂଘନ କରୁଛନ୍ତି। ଯାହା ଫଳରେ ପ୍ରବାସୀମାନେ ନାହିଁ ନଥିବାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କ୍ବାରେଣ୍ଟାଇନ୍‌ ସେଣ୍ଟରରେ ପ୍ରବାସୀଙ୍କୁ ସାନିଟାଇଜର୍‌ ଦିଆଯାଉନଥିବାବେଳେ ପରିଷ୍କାର ପରିଚ୍ଛନ୍ନ ପ୍ରତି ମଧ୍ୟ ଦୃଷ୍ଟି ଦିଆଯାଉନାହିଁ ବୋଲି ପ୍ରବାସୀମାନେ ଅଭିଯୋଗ କରିଛନ୍ତି। ଏପରିକି କ୍ବାରେଣ୍ଟିନ୍‌ ସେଣ୍ଟରରେ ଶୌଚାଳୟ ନଥିବାର ପ୍ରବାସୀମାନେ ଅଭିଯୋଗ କରିଛନ୍ତି। ଏପରି ବିଭିନ୍ନ ପ୍ରକାରର ସମସ୍ୟାକୁ ନେଇ ଯଦି କୌଣସି ସରକାରୀ କର୍ମଚାରୀଙ୍କୁ ପଚରାଯାଉଛି, ତେବେ ସେମାନେ ଏହାର ଉତ୍ତର ଦେବା ପରିବର୍ତ୍ତେ ପାଲଟା ଅଭିଯୋଗ କରୁଛନ୍ତି। ସମ୍ପ୍ରତି ରାଜ୍ୟରେ କରୋନା ସ୍ଥିତିକୁ ନେଇ ସରକାର ବେଶ୍‌ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିବାବେଳେ ସମ୍ପୃକ୍ତ କର୍ମଚାରୀମାନେ ଏପ୍ରକାର ଅବହେଳା ପ୍ରଦର୍ଶନ କରିବା କେତେଦୂର ଯୁକ୍ତିଯୁକ୍ତ, ତାହାକୁ ନେଇ ସାଧାରଣରେ ପ୍ରଶ୍ନ ଉଠୁଛୁ।

କ୍ବାରେଣ୍ଟିନ୍‌ ସେଣ୍ଟର ଦୁର୍ନୀତି ନାଚୁଣୀ ବାଣପୁର ପ୍ରଶାସନ
Share. Facebook Twitter LinkedIn Email WhatsApp Copy Link

Related Posts

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026
Latest News

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.