ରେଢାଖୋଲରେ ପଙ୍ଗପାଳ ଆଗମନକୁ ନେଇ ଚିନ୍ତାରେ ଚାଷୀ : କୃଷି ବିଭାଗର ସ୍ପଷ୍ଟୀକରଣ

Published: Jun 4, 2020, 10:01 pm IST

କନ୍ଦର୍ପ ବେହେରା
ରେଢାଖୋଲ : କିଛି ଦିନ ହେଲା ପଙ୍ଗପାଳ ଭାରତ ଭିତରକୁ ପଶିଆସି ଚାଷୀ ମାନଙ୍କର ବହୁ ଫସଲ ନଷ୍ଟ କରିଦେବା ସହ ମୂଲ୍ୟବାନ ଗଛ ସବୁ ନଷ୍ଟ କରିଦେଉଥିବାର ଖବର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଲୋକଙ୍କ ମଧ୍ୟରେ ଛନକା ପଶିଯାଇଛି । ଛତିଶଗଡ ,ବିହାର, ମଧ୍ୟପ୍ରଦେଶ ଦେଇ ପଙ୍ଗପାଳ ମାନେ ଓଡିଶାକୁ ପ୍ରବେଶ କରିବାର ସମ୍ଭାବନା ରହିଛି ବୋଲି ମଧ୍ୟ ଖବର ହସ୍ତଗତ ହୋଇଛି ।

ଆଜି ରେଢାଖୋଲ ରେଳଷ୍ଟେସନ ପାଖରେ ବହୁ ଗୁଡିଏ ଝିଟିକା କେତୋଟି ଗଛରେ ବସିଥିବାର ନଜରକୁ ଆସିବା ପରେ ଏହା ପଙ୍ଗପାଳ ବୋଲି ଲୋକମାନେ ଦାବି କରିଥିଲେ । ତେବେ କୃଷି ବିଭାଗର ବରିଷ୍ଠ ଅଧିକାରୀ ଏହାକୁ ଖଣ୍ଡନ କରିଛନ୍ତି । ଝିଣ୍ଟିକା ପରି ଦେଖାଯାଉଥିବା ଏହି ଜୀବଟି ପଙ୍ଗପାଳ ନୁହେଁ ବରଂ ଏକ ପ୍ରକାର ଝିଣ୍ଟିକା ବୋଲି ଅଧିକାରୀ ଜଣକ ପ୍ରକାଶ କରିଛନ୍ତି । ବର୍ଷା ଋତୁ ଆରମ୍ଭରେ ଏହି ଝିଂଟିକା ମାନେ ଆସିଥାନ୍ତି । ରେଢାଖୋଲକୁ ପଙ୍ଗପାଳ ଆସି ନାହାନ୍ତି ଏହା ଲୋକମାନଙ୍କ ମଧ୍ୟରେ ଭ୍ରମ ସୃଷ୍ଟି କରାଯାଇଛି ବୋଲି ଜନୈକ ଅଧିକାରୀ ପ୍ରକାଶ କରିଛନ୍ତି । ଏପଟେ ଏଠାକାର ଜନସାଧାରଣ ଏହା ପଙ୍ଗପାଳ ବୋଲି ଦାବୀ କରିଛନ୍ତି । ଏଠାରେ ପ୍ରଶ୍ନ ଉଠେ ଯେ ଚାଷୀ ଠିକ୍ କହୁଛି ନା କୃଷି ବିଭାଗ ଠିକ୍ କହୁଛି ତାହା ସମୟ କହିବ ବୋଲି ଲୋକମାନେ ପ୍ରକାଶ କରିଛନ୍ତି ।

Related posts