Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନ୍ତିମ ସଂସ୍କାରରେ ସାମିଲ୍‌ ହେବା ପଡିଲା ମହଙ୍ଗା : 25 ଜଣଙ୍କ ମଧ୍ୟରୁ 19 ଜଣଙ୍କଠାରେ କରୋନା ପଜିଟିଭ୍‌
ଆଜିର ଖବର

ଅନ୍ତିମ ସଂସ୍କାରରେ ସାମିଲ୍‌ ହେବା ପଡିଲା ମହଙ୍ଗା : 25 ଜଣଙ୍କ ମଧ୍ୟରୁ 19 ଜଣଙ୍କଠାରେ କରୋନା ପଜିଟିଭ୍‌

June 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ତେଲେଙ୍ଗାନା :  ତେଲେଙ୍ଗାନାର ସାଙ୍ଗାରେଡ୍ଡିଠାରେ ଜଣେ କରୋନା ପଜିଟିଭ୍‌ ମହିଳାଙ୍କ ଅନ୍ତିମ ସଂସ୍କାରରେ ସାମିଲ୍‌ ହେବା ବେଶ୍‌ ମହଙ୍ଗା ସାବ୍ୟସ୍ତ ହୋଇଛି । ଏହି ଅନ୍ତିମ ସଂସ୍କାରରେ ସାମିଲ୍‌ ହୋଇଥିବା 25 ଜଣ ଲୋକଙ୍କ ମଧ୍ୟରୁ 19 ଜଣଙ୍କ ଠାରେ ପଜିଟିଭ୍‌ ଚିହ୍ନଟ ହୋଇଛି । ଏହି ସମସ୍ତେ ଜୁନ୍‌10 ତାରିଖରେ ସାଙ୍ଗାରେଡ୍ଡିର ଜହୀରାବାଦଠାରେ ଜଣେ ମହିଳାଙ୍କ ଅନ୍ତିମ ସଂସ୍କାରରେ ସାମିଲ୍‌ ହୋଇଥିଲେ ।

କରୋନା ଲକ୍ଷଣ ଦେଖାଯିବା ପରେ ଏହି ସମସ୍ତ ଲୋକଙ୍କ ଟେଷ୍ଟ କରାଯାଇଥିଲା । ଏହା ମଧ୍ୟରୁ 19 ଜଣଙ୍କ ଠାରେ କରୋନା ପଜିଟିଭ୍‌ ଆସିବାର ସୂଚନା ରହିଛି । ଏହି ସମସ୍ତଙ୍କୁ ହାଇଦ୍ରାବାଦର ଗାନ୍ଧି ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି ।

ମୃତ ମହିଳା ଜଣକ ଜହୀରାବାଦର ଶାନ୍ତି ନଗର କଲୋନୀରେ ରହୁଥିଲା । ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ ହୋଇଥିଲା। ମହିଳାଙ୍କ କରୋନା ଟେଷ୍ଟ ପଜିଟିଭ୍‌ ଆସିଥିଲା ।

55 ବର୍ଷୀୟା ଏହି ମହିଳାଜଣକ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ରହିଥିଲେ। ଜୁନ୍‌ 9 ତାରିଖରେ ତାଙ୍କ ସାମ୍ପଲ୍‌ ସଂଗ୍ରହ କରାଯାଇଥିଲା  । ଏହା ପରେ ମହିଳା ଜଣକଙ୍କର ମୃତ୍ୟୁ ହୋଇଯାଇଥିଲା । ଡାକ୍ତରଖାନା କର୍ତ୍ତୃପକ୍ଷ ଦାୟିତ୍ବହୀନ ଭାବେ  କରୋନା ରିପୋର୍ଟକୁ ଅପେକ୍ଷା ନ କରି ମୃତ ମହିଳାଙ୍କ ଶବକୁ ପରିଜନକୁ ହସ୍ତାନ୍ତର କରିଦେଇଥିଲେ । ଏହା ପରେ ମହିଳାଙ୍କ ସମ୍ବନ୍ଧୀୟମାନେ ପାରମ୍ପରିକ ରୀତିନୀତିରେ ଅନ୍ତିମ ସଂସ୍କାର କରାଇଥିଲେ । ଏହା ପରେ ମହିଳାଙ୍କ ରିପୋର୍ଟ ପଜିଟିଭ୍‌ ଆସିବା ପରେ ଚିନ୍ତା ବଢି ଯାଇଥିଲା । ପ୍ରଶାସନ ଶାନ୍ତି ନଗରକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଥିବାବେଳେ ସେଠାରେ ଥିବା 350 ଘରକୁ ଟେଷ୍ଟିଂ କରାଯାଉଛି ।  ସମସ୍ତଘରକୁ ସାନିଟାଇଜେସନ୍‌ ମଧ୍ୟ କରାଯାଉଛି। (ଏଜେନ୍ସି)

covid-19 cremation
Share. Facebook Twitter LinkedIn Email WhatsApp Copy Link

Related Posts

ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

February 27, 2026

ଆସନ୍ତା ମାର୍ଚ୍ଚ ୫ ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଅମିତ୍ ଶାହ

February 27, 2026

ପୃଥକ୍ ପୃଥକ୍ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର

February 27, 2026

କେଜରିୱାଲ ଏବଂ ସିସୋଦିଆଙ୍କୁ ବଡ଼ ଆଶ୍ୱସ୍ତି: ଏହି ମାମଲାରେ ସିବିଆଇକୁ ଭର୍ତ୍ସନା କଲେ କୋର୍ଟ

February 27, 2026
Latest News

ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

February 27, 2026

ଆସନ୍ତା ମାର୍ଚ୍ଚ ୫ ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଅମିତ୍ ଶାହ

February 27, 2026

ପୃଥକ୍ ପୃଥକ୍ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର

February 27, 2026

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

February 27, 2026

କେଜରିୱାଲ ଏବଂ ସିସୋଦିଆଙ୍କୁ ବଡ଼ ଆଶ୍ୱସ୍ତି: ଏହି ମାମଲାରେ ସିବିଆଇକୁ ଭର୍ତ୍ସନା କଲେ କୋର୍ଟ

February 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.