ବିଧାୟକ ଜିତୁ ମିତ୍ରଙ୍କ ଘରବାହୁଡ଼ା

Published: Mar 11, 2019, 1:39 pm IST
jitu mitra joins bjd again in naveen nivash

ବିଜେଡିରେ ମିଶିଲେ ଖୋର୍ଦ୍ଧାର ପୂର୍ବତନ ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ର (ଜିତୁ ମିତ୍ର)। ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ମିଶିଥିଲେ। ସେ ଦୁଇ ଥର ଖୋର୍ଦ୍ଧା ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ହୋଇ ବିଧାନସଭାକୁ ଯାଇଛନ୍ତି। ୨୦୦୦ରେ ସେ ସ୍ୱାଧୀନ ପ୍ରାର୍ଥୀ ଭାବେ ବିଜୟୀ ହୋଇ ବିଧାନସଭାକୁ ଯାଇଥିଲେ। ୨୦୦୪ରେ ସେ ବିଜେଡିରୁ ଲଢ଼ି ବିଧାନସଭାକୁ ଯାଇଥିଲେ। ୨୦୧୪ ନିର୍ବାଚନ ବେଳେ ଜିତୁ ମିତ୍ର ବିଜେଡି ଛାଡ଼ି ବିଜେପି ଟିକେଟ୍‌ରେ ପ୍ରାର୍ଥୀ ହୋଇଥିଲେ। ତେବେ ସେ ହାରି ଯାଇଥିଲେ। ଏହି ଆସନରେ ରାଜେନ୍ଦ୍ର କୁମାର ସାହୁ ବିଜେଡି ଟିକେଟ୍‌ରେ ଲଢ଼ି ଜିତିଥିଲେ।

Related posts