ଆନନ୍ଦୀବେନ୍ ପଟେଲଙ୍କୁ ମଧ୍ୟପ୍ରଦେଶର ଅତିରିକ୍ତ ରାଜ୍ୟପାଳ ଦାୟିତ୍ୱ

Published: Jun 29, 2020, 2:43 pm IST

ନୂଆଦିଲ୍ଲୀ:ଉତ୍ତର ପ୍ରଦେଶ ରାଜ୍ୟପାଳ ଆନନ୍ଦୀ ବେନ୍ ପଟେଲଙ୍କୁ ମଧ୍ୟପ୍ରଦେଶର ରାଜ୍ୟପାଳ ଭାବରେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ରବିବାର ବିଳମ୍ୱିତ ରାତିରେ ରାଷ୍ଟ୍ରପତି ଏହି ଦାୟିତ୍ୱ ଦେଇଛନ୍ତି। ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲାଜୀ ଟଣ୍ଡନଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ଆନନ୍ଦୀ ପଟେଲଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ଏକ ନୋଟିସ ଜାରି କରାଯାଇଛି ।

ମଧ୍ୟପ୍ରଦେଶର ରାଜ୍ୟପାଳ ଲାଲାଜୀ ଟଣ୍ଡନ୍‌ ଏବେ ଲକ୍ଷ୍ନୌର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି। ଏବେ କିନ୍ତୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିଛି ବୋଲି ମଧ୍ୟପ୍ରଦେଶ ରାଜଭବନ ପକ୍ଷରୁ କୁହାଯାଇଛି। (ଏଜେନ୍ସି)

Related posts