ଦିନକୁ ଦିନ ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେଣୁ କରୋନା ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ , ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 10ହଜାର ଟପି ଥିବାବେଳେ ମୃତ୍ୟୁ ସଂଖ୍ୟା 42ରେ ପହଞ୍ଚିଛି। ରାଜ୍ୟରେ ସର୍ବାଧିକ ମୃତ୍ୟୁ ଗଞ୍ଜାମରେ ହିଁ ହୋଇଛି।