Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭେଟେଶ୍ବର ପଂଚାୟତରେ ପ୍ରଥମ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିଲେ ୫୦ରୁ ଅଧିକ, ମିଳିଛି ୩୪ ଜଣଙ୍କ ରିପୋର୍ଟ
ଆଞ୍ଚଳିକ

ଭେଟେଶ୍ବର ପଂଚାୟତରେ ପ୍ରଥମ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିଲେ ୫୦ରୁ ଅଧିକ, ମିଳିଛି ୩୪ ଜଣଙ୍କ ରିପୋର୍ଟ

July 8, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଅନ୍ତର୍ଗତ ଭେଟେଶ୍ବର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ପେଣ୍ଡୁରାପଲ୍ଲୀ ଗାଁର ୩୫ ବର୍ଷୀୟ ଜଣେ ବ୍ୟକ୍ତି କୋଭିଡ ସଂକ୍ରମିତ ହେବାପରେ ପ୍ରଶାସନ ତରଫରୁ କଡା ପଦକ୍ଷେପ ନେବା ସ୍ବରୂପ ସମ୍ପୃକ୍ତ ଅଞ୍ଚଳକୁ ୯ ତାରିଖ ପର୍ଯ୍ୟନ୍ତ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ଏହି ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ସ୍ବାବ୍‌ ଟେଷ୍ଟ କରାଯାଇଛି।

ସେମାନଙ୍କ ମଧ୍ଯରୁ କ୍ବାରେଣ୍ଟାଇନରେ ଥିବା ୨୯ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଥିବା ବେଳେ ପରିବାରର ୫ ସଦସ୍ୟଙ୍କ ରିପୋର୍ଟ ମଧ୍ୟ ନେଗେଟିଭ ରହିଛି। କ୍ବାରେଣ୍ଟାଇନରେ ଥିବା ୨୯ ଜଣଙ୍କ ମଧ୍ୟରୁ ୭ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ନିଜ ନିଜ ଘରକୁ ପଳାଇଥିଲେ।

ସଂକ୍ରମିତ ବ୍ୟକ୍ତି ଜଣକ ଗତ ମାସ ୧୧ ତାରିଖରେ ବିଦେଶରୁ ଫେରିଥିଲେ ଏବଂ ଭାପୁରସ୍ଥିତ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରରେ ୧୪ ଦିନ ପାଇଁ କ୍ବାରେଣ୍ଟାଇନରେ ରହିଥିଲେ। ଏହାପରେ ଘରେ ଆଉ ୧୪ ଦିନ ହୋମ କ୍ବାରେଣ୍ଟାଇନରେ ରହିବା ପାଇଁ ସରପଞ୍ଚଙ୍କ ନିର୍ଦ୍ଦେଶ ରହିଥିଲା। କିନ୍ତୁ ଏହି ସମୟ ମଧ୍ୟରେ ସାଙ୍ଗସାଥୀ ଓ ପରିବାରଙ୍କ ସହିତ ଦୁଇଟି ଭୋଜିରେ ଯୋଗ ଦେଇଥିଲେ। ଏହିସବୁ କାର୍ଯ୍ୟକ୍ରମ ଭିତରେ ସଂକ୍ରମିତ ବ୍ୟକ୍ତି ଜଣଙ୍କ ପ୍ରାୟ ୫୦ ରୁ ଅଧିକ ଲୋକଙ୍କ ସଂସ୍ପର୍ଶରେ ଆସିଥିଲେ। ବ୍ୟକ୍ତି ଜଣକ ସଂକ୍ରମିତ ହେବାର ସୂଚନା ପରେ ଏବେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ଲୋକଙ୍କ ସ୍ବାବ୍‌ ଟେଷ୍ଟ କରାଯାଉଛି।

ସୂଚନାଯୋଗ୍ୟ, ଭେଟେଶ୍ବର ପଂଚାୟତରେ କୋଭିଡ ସଂକ୍ରମିତ ହେବା ଏହା ପ୍ରଥମ ଘଟଣା। ଏବେ ସରପଞ୍ଚ ସଂକ୍ରମିତଙ୍କ କଂଟ୍ରାକ୍ଟ ଟ୍ରେସିଂ କରୁଥିବା ବେଳେ ସଂସ୍ପର୍ଶରେ ଆସିଥିବା ୫୦ ଜଣଙ୍କୁ ହୋମ କ୍ବାରେଣ୍ଚାଇନରେ ରହିବା ପାଇଁ କଡ଼ା ନିର୍ଦ୍ଦେଶ ରହିଛି। ତେବେ ସମସ୍ତଙ୍କ ରିପୋର୍ଟ ନେଗେଟିଭ ଥିବା ସରପଞ୍ଚ ଜିତେନ୍ଦ୍ର କୁମାର ଭୋଳ କହିଛନ୍ତି। ଫଳରେ ପଞ୍ଚାୟତରେ ଆଶ୍ବସ୍ତି ପ୍ରକାଶ ପାଇଛି। ହେଲେ ସଂକ୍ରମିତ ବ୍ୟକ୍ତିଙ୍କ ସହ ଯେଉଁମାନେ ଭୋଜିରେ ସାମିଲ ଥିଲେ, ସେମାନଙ୍କ ରିପୋର୍ଟ ଆସିନଥିବାରୁ ଗାଁରୁ ସଂକ୍ରମଣ  ଆଶଙ୍କା ସମ୍ପୂର୍ଣ୍ଣ ଦୂର ହୋଇନାହିଁ।

bheteswar corona
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.