Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜଳସେଚନ ଯନ୍ତ୍ରୀ ଠିକାଦାର ମଧୁଚନ୍ଦ୍ରିକା, ତିର୍ତ୍ତୋଲ ୧୨ନଂ ଶାଖା କେନାଲ ସଫେଇ ନାଁରେ ହଡ଼ପ ଯୋଜନା
ଆଞ୍ଚଳିକ

ଜଳସେଚନ ଯନ୍ତ୍ରୀ ଠିକାଦାର ମଧୁଚନ୍ଦ୍ରିକା, ତିର୍ତ୍ତୋଲ ୧୨ନଂ ଶାଖା କେନାଲ ସଫେଇ ନାଁରେ ହଡ଼ପ ଯୋଜନା

July 12, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର: ତିର୍ତ୍ତୋଲ ବ୍ଳକ ଅନ୍ତର୍ଗତ ନୂଆପଡ଼ା ଠାରେ ତାଳଦଣ୍ଡା କେନାଲରୁ ବାହାରିଥିବା ଶାଖା ୧୨ନଂ କେନାଲ ଭିତର ସଫେଇ ନାଁରେ ଠିକାଦାର ଅର୍ଥ ହଡ଼ପ କରିବାକୁ ଉଦ୍ୟମ କରୁଥିବା ଅଭିଯୋଗ ଶୁଣିବାକୁ ମିଳୁଛି। ଏହି କେନାଲ ସଫେଇ କାର୍ଯ୍ୟ ଠିକ୍ ଭାବେ ହେଉନଥିବା ଯୋଗୁଁ କେନାଲରେ ପାଣି ତଳମୁଣ୍ଡକୁ ପହଞ୍ଚି ପାରୁନାହିଁ ବୋଲି ଅଭିଯୋଗ ହେଉଛି। ଯାହାଫଳରେ ପାଣି ଅଭାବରୁ ଚାଷକାର୍ଯ୍ୟ ବାଧାପ୍ରାପ୍ତ ହେବା ସହିତ ଚାଷୀ କ୍ଷତିଗ୍ରସ୍ତ ହେଉଥିବା ଅଭିଯୋଗ ହେଉଛି।

ସୂଚନାନୁଯାୟୀ ମଣିଜଙ୍ଗା ଜଳସେଚନ କାର୍ଯ୍ୟାଳୟ ଅଧିନରେ ଥିବା ଏହି ଶାଖା କେନାଲରେ ପାଣି ଛଡାଯିବା ପୂର୍ବରୁ ପାଣିପଞ୍ଚାୟତ ମାଧ୍ୟମରେ ପ୍ରତିବର୍ଷ କେନାଲ ସଫା କରାଯାଇଥାଏ ବୋଲି ଜଣାପଡିଛି। କିନ୍ତୁ ଚଳିତବର୍ଷ ଏହି କେନାଲ ସଫେଇ କାର୍ଯ୍ୟ ଟେଣ୍ଡର ହୋଇଛି। ଲକ୍ଷ ଲକ୍ଷ ଟଙ୍କାର ଟେଣ୍ଡର ନେଇଥିବା ଠିକାଦାର କେନାଲ ଭିତର ସଫେଇ କରିବା ପରିବର୍ତ୍ତେ କେନାଲ ଭିତର କେତେକ ସ୍ଥାନରେ ଜେସିବି ମେସିନ୍ ଦ୍ୱାରା ଆମ୍ପୁଡା ଦାଗ ଚିହ୍ନ ଦେଖାଇ ବିଲ୍ କରିବାକୁ ଉଦ୍ୟମ ଚଳାଇଥିବା ଅଭିଯୋଗ ହେଉଥିବା ବେଳେ ବିଭାଗୀୟ ଯନ୍ତ୍ରୀ ଉକ୍ତ କାର୍ଯ୍ୟର ତଦାରଖ କରିବା ତ ଦୂରର କଥା କାମ ହେବାଦିନୁ କାମ ପାଖରେ ତାଙ୍କୁ ଥରେବି ଦେଖିବାକୁ ମିଳୁନାହିଁ ବୋଲି ସ୍ଥାନୀୟ ଲୋକଙ୍କ ଠାରୁ ଶୁଣିବାକୁ ମିଳୁଛି।

ଆଉ କେଇଟା ଦିନ ଭିତରେ ଉକ୍ତ କେନାଲରେ ପାଣି ଛଡାଯିବ ବୋଲି କୁହାଯାଉଥିବା ବେଳେ କେନାଲରେ ପାଣି ଆସିଯିବା ପରେ ଏହି ନିମ୍ନମାନର ସଫେଇ କାର୍ଯ୍ୟର ପ୍ରମାଣ ଲୁଚିଯିବ ବୋଲି କୁହାଯାଉଛି। ଉକ୍ତ କେନାଲର ସଫେଇ କାର୍ଯ୍ୟ ଠିକାଦାର ମାନଙ୍କ ପାଇଁ ପାଲଟିଛି ଲେଉଟିଆ କିଆରୀ ବୋଲି ଚର୍ଚ୍ଚା ହେଉଛି। ଠିକାଦାରଙ୍କ ଠାରୁ ମୋଟା ଅଙ୍କର ପିସି ନେଇ ବିଭାଗ ଏପରି ନିମ୍ନମାନର କାର୍ଯ୍ୟକୁ ଆଖିବୁଜି ଦେଇଥିବା କୁହାଯାଉଛି। କେନାଲରେ ପାଣି ଆସିବା ପୂର୍ବରୁ ଉକ୍ତ କାର୍ଯ୍ୟକୁ ବିଭାଗୀୟ ଜିଲ୍ଲା ସ୍ତରୀୟ ଉଚ୍ଚପଦସ୍ଥ ଅଫିସରଙ୍କ ଦ୍ୱାରା ତଦନ୍ତ କରାଯିବା ନିମନ୍ତେ ସ୍ଥାନୀୟ ଚାଷୀମାନଙ୍କ ପକ୍ଷରୁ ଦାବୀ ହେଉଛି।

ତାଳଦଣ୍ଡା କେନାଲ ତିର୍ତ୍ତୋଲ ବ୍ଳକ ପାଣିପଞ୍ଚାୟତ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026
Latest News

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡର ପର୍ଦ୍ଦାଫାସ

April 23, 2026

ନିର୍ବନ୍ଧ ପରେ ଯୁବତୀଙ୍କୁ ହତ୍ୟା : ଅଭିଯୁକ୍ତ ଗିରଫ

April 23, 2026

ଭୋଟ ଦେଉଛି ତାମିଲନାଡୁ

April 23, 2026

ଆଜି ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟ ଭୋଟିଂ

April 23, 2026

ଆପଣ ମାତ୍ରାଧିକ ପେନକିଲର ସେବନ କରୁଛନ୍ତି କି, ଜାଣନ୍ତୁ ଏହାର ଭଲ ଓ ମନ୍ଦ ବିଷୟରେ

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.