ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା 9 ଲକ୍ଷ ଟପିଲା

Published: Jul 14, 2020, 10:06 am IST

ନୂଆଦିଲ୍ଲୀ : ଭାରତରେ ହୁ ହୁ ହୋଇ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ 28 ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି।  ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ 9 ଲକ୍ଷ ଟପିଥିବା ବେଳେ ମୃତ୍ୟୁ ସଂଖ୍ୟା 23 ହଜାର 727 ଛୁଇଁଲାଣି  । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଗତ 24 ଘଣ୍ଟାରେ 28 ହଜାର 498 ନୂତନ ମାମଲା ସାମ୍ନାକୁ ଆସିଛି ।  ସେହିପରି 553 ଜଣ ପ୍ରାଣ ହରାଇଛନ୍ତି । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ 9 ଲକ୍ଷ 06 ହଜାର 752 ରେ ପହଂଚିଛି ।  ଭାରତରେ 23 ହଜାର 727 କୁ ବୃଦ୍ଧି ହୋଇଛି ମୃତ୍ୟୁ ସଂଖ୍ୟା । ମୋଟ୍ ସଂକ୍ରମିତ ମଧ୍ୟରୁ 5 ଲକ୍ଷ 71 ହଜାର 460 ଜଣ ସୁସ୍ଥ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 3 ଲକ୍ଷ 11 ହଜାର 565 ସକ୍ରିୟ ଅଛନ୍ତି।ଏବେ  3 ଲକ୍ଷ 11ହଜାର 565 ଜଣ ଆକ୍ରାନ୍ତ ଦେଶର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Related posts