କଂଗ୍ରେସ ସାଂସଦ କାର୍ତ୍ତି ଚିଦାମ୍ବରମଙ୍କୁ କରୋନା

Published: Aug 3, 2020, 12:14 pm IST

ନୂଆଦିଲ୍ଲୀ : କଂଗ୍ରେସ ସାଂସଦ କାର୍ତ୍ତି ଚିଦାମ୍ବରମ୍‌ କରୋନାରେ ଆକ୍ରାନ୍ତ । ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରମ୍‌ଙ୍କୁ ପୁଅ କାର୍ତ୍ତି କରୋନ ପଜିଟିଭ୍‌ ହୋଇଛନ୍ତି । ସାମାନ୍ୟ ଲକ୍ଷଣ ଥିବାରୁ ହୋମ୍‌ କ୍ବାରେଣ୍ଟିନ୍‌ରେ ରହିଛନ୍ତି କାର୍ତ୍ତି ।

କାର୍ତ୍ତି କରୋନା ପଜିଟିଭ୍‌ ହୋଇଥିବା ନେଇ ଟୁଇଟ୍‌ ଯୋଗେ ସୂଚନା ଦେବା ସହିତ ନିକଟ ଦିନଗୁଡିକରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ଲୋକଙ୍କୁ କରୋନା ଟେଷ୍ଟ କରାଇବା ସହିତ ଆଇସୋଲେସନ୍‌ରେ ରହିବାକୁ ପରାମର୍ଶ ଦେଇଛନ୍ତି ।

ଗତକାଲି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍‌ ଶାହା କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବାବେଳେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌.ୟେଦ୍ୟୁରପ୍ପା ମଧ୍ୟ କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ପୂର୍ବରୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି । ଗତକାଲି ୟୁପିର ଜଣେ କ୍ୟାବିନେଟ୍‌ ମନ୍ତ୍ରୀ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି । (ଏଜେନ୍ସି)

Related posts