Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର-ବାଲୁଗାଁ ବାଇପାସ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ମୃତ, ତିନି ଗୁରୁତର
ଆଜିର ଖବର

ବାଣପୁର-ବାଲୁଗାଁ ବାଇପାସ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ମୃତ, ତିନି ଗୁରୁତର

August 5, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ 

ଚିଲିକା: ବାଣପୁର-ବାଲୁଗାଁ ବାଇପାସ ନିକଟ ପାରିକଂସାରୀ ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି ଯେଉଁଥିରେ ଜଣେ ବ୍ୟକ୍ତିଙ୍କ ପ୍ରାଣ ଯାଇଥିବା ବେଳେ ଆଉଜଣେ ବ୍ୟକ୍ତିଙ୍କ ବାମ ଗୋଡ଼ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।

ମିଳିଥିବା ସୂଚନା ଅନୁସାରେ ଆଜି ସକାଳ ପାଖାପାଖି ୫ ଘଟିକା ସମୟରେ ବିଶାଖାପାଟଣାରୁ ୮ ଜଣଲୋକଙ୍କୁ ନେଇ ଏକ ଟାଟା ପିକ ଅପ ଭ୍ୟାନ(ଏ.ପି ୩୯ ଟି. ଏଲ. ୮00୩) ପୁରୀ ପେଣ୍ଠକଟା ଅଞ୍ଚଳକୁ ଯାଉଥିବା ସମୟରେ ବାଣପୁର ବାଲୁଗାଁ ବାଇପାସ ପାରିକଂସାରୀ ଛକ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଗାଡ଼ି ଚାଳକଙ୍କ ଆଖି ଲାଗିଯାଇଥିବା ସ୍ଥଳେ ଗାଡ଼ିଟି ଡିଭାଇଡର ଡେଇଁ ବିପରୀତ ଦିଗରେ ଓଲଟି ପଡିଥିଲା। ଫଳରେ ଭ୍ୟାନ ପଛପଟେ ଡ଼ାଲାରେ ଥିବା ଏମ. ତାତା ପାଇ ନାମକ ଜଣେ ବୃଦ୍ଧ ବ୍ୟକ୍ତି ପବନରେ ଛିଟିକିପଡ଼ି ଗାଡ଼ି ଆଗକୁ ପଳେଇଆସିଥଲେ ଏବଂ ଗାଡିଚାଳକ ତାଙ୍କ ଉପରେ ଗାଡ଼ି ଚଢେଇ ଦେଇଥିଲେ ଫଳରେ ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ଘଟିଥିଲା।

ଅନୁରୂପ ଭାବେ ଡ଼ାଲାରେ ଥିବା ଜି. ନକରାଜୁ ନାମକ ବ୍ୟକ୍ତିଙ୍କ ବାମ ଗୋଡ଼ ଉପରକୁ ମଧ୍ୟ ଗାଡ଼ି ଚଢ଼ିଯାଇଥିଲା ଯାହା ଫଳରେ ତାଙ୍କ ବାମ ଗୋଡ଼ ସଂପୂର୍ଣ୍ଣ କଟିଯାଇଛି। ଅନ୍ୟ ଜଣେ ଜି.କୋଣ୍ଡାମା ନାମକ ମହିଳାଙ୍କ ଗୋଡ଼ ମଧ୍ୟ ଫ୍ୟାକଚର ହେଇଯାଇଛି ଏବଂ ପଶୁଲୁ ବଳରାମ ନାମକ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି।

ଖବର ପାଇ ଘଟଣା ସ୍ଥଳରେ ତୁରନ୍ତ ବାଲୁଗାଁ ଆଇ ଆଇ ସି ରମାକାନ୍ତ ମାହାଲିକ, ନାଭାଲ ଫାଣ୍ଡି ଅଧିକାରୀ ଗୋବିନ୍ଦ ଗୌଡ଼, ବାଲୁଗାଁ ଥାନା ଏ.ଏସ.ଆଇ ଦିଲୀପ ବିଶ୍ୱାଳ ଏବଂ ବାଲୁଗାଁ ଅଗ୍ନିଶମ ଅଧିକାରୀ ନିତ୍ୟାନନ୍ଦ ଜେନା ପହଞ୍ଚି ଆହତଙ୍କୁ ଉଦ୍ଧାର କରି ବାଣପୁର ମେଡିକାଲ ନେଇଥିବା ସ୍ଥଳେ ଗାଡ଼ି ଏବଂ ମୃତକଙ୍କ ଶବ ଜବତ କରି ବ୍ୟବଛେଦ ପାଇଁ ପଠାଇଛନ୍ତି। ଗାଡ଼ି ଚାଳକ ଘଟଣା ସ୍ଥଳରେ ଫେରାର ହୋଇଯାଇଛି। ବାଲୁଗାଁ ପୋଲିସ ମୃତକ ଏବଂ ଆହତଙ୍କ ପରିଜନକୁ ଏ ସମ୍ପର୍କ ରେ ସୂଚନା ଦେଇ ତଦନ୍ତ ଚଳାଇଛନ୍ତି।

ଚିଲିକା ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫେବୃୟାରୀ ୨୨ ତାରିଖ ରବିବାରରେ ଏହି ରାଶି ଉପରେ ଶନିଦେବ ଅଛନ୍ତି ଖୁସି

February 22, 2026

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026
Latest News

ଆଜି ଫେବୃୟାରୀ ୨୨ ତାରିଖ ରବିବାରରେ ଏହି ରାଶି ଉପରେ ଶନିଦେବ ଅଛନ୍ତି ଖୁସି

February 22, 2026

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.