ଭୁବନେଶ୍ବର : ରାଜ୍ୟରେ ଆଜି କରୋନା ଯୋଗୁଁ ଆଜି ଦଶ ଜଣଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମ ଓ ଭୁବନେଶ୍ବରରୁ 2 ଜଣ ଲେଖାଏଁ ମୃତ୍ୟୁବରଣ କରିଥିବାବେଳେ କଟକ, ବଲାଙ୍ଗିର, ଯାଜପୁର କନ୍ଧମାଳ,ସୋନପୁର, ଭଦ୍ରକରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଥିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଭୁବନେଶ୍ବରରୁ ମୃତ୍ୟୁବରଣ କରିଥିବାଦୁଇ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ 32 ବର୍ଷୀୟା ମହିଳା ଥିବାବେଳେ ଜଣେ 55 ବର୍ଷୀୟ ପୁରୁଷ ରହିଛନ୍ତି । ସେହିପରି ଗଞ୍ଜାମରୁ ଦୁଇ ମୃତକଙ୍କ ବୟସ ଯଥାକ୍ରମେ 67 ଓ 66 ବର୍ଷ ବୋଲି ସୂଚନାରହିଛି । ସେହିପରି କଟକରୁ ମୃତ୍ୟବରଣ କରିଥିବା ଆକ୍ରାନ୍ତଙ୍କ ବୟସ 60ବର୍ଷ ଓ ବଲାଙ୍ଗିରରୁ ମୃତ୍ୟୁବରଣ କରିଥିବା 62 ବର୍ଷ ବୋଲି ସୂଚନା ରହିଛି । ଭଦ୍ରକ ଜିଲ୍ଲାରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 75 ବର୍ଷ ବୋଲି ସୂଚନା ରହିଛି । ସେହିପରି ସୋନପୁରରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 45 ବର୍ଷ ବୋଲି ସୂଚନା ରହିଛି ।କନ୍ଧମାଳର ମୃତକ ବୟସ 59 ବର୍ଷ ପୁରୁଷ ବୋଲି ସୂଚନା ରହିଥିବାବେଳେ ଯାଜପୁର ମୃତକଙ୍କ ବୟସ 60 ବର୍ଷ ବୋଲି ସୂଚନା ରହିଛି ।
ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 343କୁ ବୃଦ୍ଧି ହୋଇଥିବାବେଳେ ଗଞ୍ଜାମରେ 153ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧା ଜିଲ୍ଲାରେ ଏହା 44କୁ ବୃଦ୍ଧି ହୋଇଥିବାବେଳେ ଭୁବନେଶ୍ବରରେ ମୃତ୍ୟୁ ସଂଖ୍ୟା 25କୁ ବୃଦ୍ଧି ହୋଇଛି । ସେହିପରି କଟକରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 17 ଓ ଭଦ୍ରକରେ ଏହା 5କୁ ବୃଦ୍ଧି ହୋଇଛି । ହୋଇଥିବାବେଳେ କନ୍ଧମାଳରେ 7କୁ ବୃଦ୍ଧି ହୋଇଛି । ସେହିପରି ସୋନପୁର ଓ ବଲାଙ୍ଗିରରୁ ଜଣେ ଲେଖାଏଁ କରୋନାରେ ମୃତ୍ୟୁବରଣ କରିଛନ୍ତି ।