ଭୁବନେଶ୍ବର : ରାଜ୍ୟରେ ଆଜି 2 ହଜାର 698 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ 1675ଜଣ ଚିହ୍ନଟ ହୋଇଥିବାବେଳେ 1023ଟି ଲୋକାଲ କେସ୍ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 72ହଜାର718କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 23 ହଜାର 699ଜଣ । ସେହିପରି ସୁସ୍ଥ ହୋଇଛନ୍ତି 48 ହଜାର 576ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 380ଜଣ । ସେହିପରି 53 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।
Tags: corona outbreak, Odisha