ତେଲେଙ୍ଗାନା ହାଇଡ୍ରୋଇଲେକ୍ଟ୍ରିକ୍ କାରଖାନାରେ ଅଗ୍ନିକାଣ୍ଡ : 6 ମୃତ,ତିନି ନିଖୋଜ

Published: Aug 21, 2020, 4:16 pm IST

ତେଲେଙ୍ଗାନା : ତେଲେଙ୍ଗାନା ଶ୍ରୀସାଇଲାମର ହାଇଡ୍ରୋଇଲେକ୍ଟ୍ରିକ୍‌ ପାୱାର୍ ୟୁନିଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟଣାରେ 6 ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଟିମ୍ ଦ୍ୱାରା ସେମାନଙ୍କର ମୃତଦେହକୁ ଟାଣି ବାହାର କରାଯାଇଛି। ପ୍ଲାଣ୍ଟରେ ଅଗ୍ନିକାଣ୍ଡ ବେଳେ 9 ଜଣ କର୍ମଚାରୀ ଫସି ରହିଥିଲେ । ସେହି 9 ଜଣଙ୍କ ମଧ୍ୟରୁ6 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ 3 ଜଣ ଏବେ ବି ନିଖୋଜ ଅଛନ୍ତି। ସେମାନଙ୍କୁ ଖୋଜା ଚାଲିଛି। ଏନଡିଆରଏଫ୍ ଏବଂ ଅଗ୍ନିଶମ ବିଭାଗ ପକ୍ଷରୁ ମିଳିତ ଭାବରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

ସୂଚନାଯୋଗ୍ୟ, ତେଲେଙ୍ଗାନା ଏବଂ ଆନ୍ଧ୍ରପ୍ରଦେଶ ସୀମାରେ ରହିଥିବା ହାଇଡ୍ରୋଇଲେକ୍ଟ୍ରିକ୍ କାରଖାନାରେ ନିଆଁ ଲାଗିବା ସମୟରେ 19 ଜଣ ଲୋକ ଉପସ୍ଥିତ ଥିଲେ । ଅଗ୍ନିକାଣ୍ଡ ସମୟରେ 10 ଜଣ ଲୋକ ଜୀବନ ବଞ୍ଚାଇ ପଳାଇ ଆସିଥିବା ବେଳେ ଅନ୍ୟ 9 ଜଣ ଫସି ରହିଥିଲେ । ଫସି ରହିଥିବା 9ଜଣଙ୍କ ମଧ୍ୟରେ ଜଣେ ଡିଭିଜନ ଇଞ୍ଜିନିୟର, ଚାରି ଜଣ ସହକାରୀ ଇଞ୍ଜିନିୟର, ଦୁଇ ଜଣ ଅଫିସ କର୍ମଚାରୀ ଏବଂ ଅମର ରାଜା ବ୍ୟାଟେରୀର ଦୁଇ ଜଣ କର୍ମଚାରୀ ଉପସ୍ଥିତ ରହିଥିଲେ । (ଏଜେନ୍ସି)

Related posts