Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଏୟାର ଇଣ୍ଡିଆରେ ଚାକିରି କରାଇଦେବାକୁ କହି ଲକ୍ଷାଧିକ ଟଙ୍କା ଠକେଇ
ଅପରାଧ

ଏୟାର ଇଣ୍ଡିଆରେ ଚାକିରି କରାଇଦେବାକୁ କହି ଲକ୍ଷାଧିକ ଟଙ୍କା ଠକେଇ

August 21, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଜଣେ ଉଚ୍ଚଶିକ୍ଷିତ ଯୁବକଙ୍କୁ ଏୟାର ଇଣ୍ଡିଆରେ ଚାକିରି କରାଇଦେବାକୁ କହି ଲକ୍ଷାଧିକ ଟଙ୍କା ଠକି ନେଇଥିବା ଭଳି ଏକ ଅଭିଯୋଗ ଗୋଳନ୍ଥରା ଥାନାରେ ହୋଇଛି। ଘଟଣାରୁ ପ୍ରକାଶ ଯେ ଗୋଳନ୍ଥରା ଥାନା ଅନ୍ତର୍ଗତ ପଞ୍ଚମା ଗ୍ରାମର ଗୁପେଶ୍ୱର ପ୍ରଧାନଙ୍କୁ ଗତ ୭.୬.୨୦୨୦ରେ ଏକ ଫୋନ୍ କଲ୍ ଆସିଥିଲା।

ଯେଉଁଥିରେ ରୋହିତ କୁମାର ଶର୍ମା କହୁଥିବା ଜଣେ ବ୍ୟକ୍ତି ନିଜକୁ ଏୟାର ଇଣ୍ଡିଆର ମ୍ୟାନେଜର ବୋଲି ପରିଚୟ ଦେଇ ଗୁପେଶ୍ୱଣଙ୍କ ସହ ଯୋଗାଯୋଗ ରକ୍ଷା କରି ତୁମେ ଅନ୍‌ଲାଇନ୍‌ରେ ଏୟାର ଇଣ୍ଡିଆ ପାଇଁ ଫର୍ମ ପକାଇଛ ତେଣୁ ତୁମର ଆଧାର କାର୍ଡ଼, ପାନ୍ କାର୍ଡ଼ ଏବଂ ସାର୍ଟିଫିକେଟ୍‌ର ଜେରେକ୍ସ ପଠାଇ ତୁମର ଚାକିରି ହେବ ବୋଲି କହିଥିଲେ। ଗୁପ୍ତେଶ୍ୱର ସମସ୍ତ କାଗଜପତ୍ର ପଠାଇଥିଲେ। ଦୁଇଦିନ ପରେ ଫୋନ୍ କରି ତୁମର ସିଲେକସନ ହୋଇଛି ତୁମେ ୨୫୦୦ ଟଙ୍କା ଡ଼କ୍ୟୁମେଣ୍ଟ ଭେରିଫିକେସନ ଚାର୍ଜ ପଠାଅ ବୋଲି କହିଥିଲେ। ସେ ୧୦.୬.୨୦୨୦ରେ ଏହି ଟଙ୍କା ପଠାଇଥିଲେ।

ପୁଣି ୧୫.୬.୨୦୨୦ରେ ୨୫ହଜାର ୫ଶହ, ୧୯.୬.୨୦୨୦ରେ ୩୨ହଜାର ୫୦୦ ଟଙ୍କା ଆଦି ବିିଭିନ୍ନ କାର୍ଯ୍ୟ ପାଇଁ ପଠାଇବାକୁ କହିବାରୁ ପଠାଇଥିଲେ। ପରେ ୨୯.୬.୨୦୨୦ରେ ସିକ୍ୟୁରିଟି ଡ଼ିପୋଜିଟ୍ କହି ୫୦ ହଜାର ଟଙ୍କା ନେଇଥିଲେ। ଶେଷରେ ୩୦.୬.୨୦୨୦ରେ ଟ୍ରେନିଂ ଫି କହି ୧୨ ହଜାର ୫୦୦ ଟଙ୍କା ପଠାଇଥିଲେ। ସମୁଦାୟ ୧ ଲକ୍ଷ ୨୩ ହଜାର ଟଙ୍କା ପଠାଇଥିଲେ।

ବର୍ତ୍ତମାନ ଟଙ୍କା ନେବା ପରେ ସେ ଆଉ ଫୋନ୍ ଉଠାଉନାହାନ୍ତି। ଗୁପ୍ତେଶ୍ୱର ତାଙ୍କ ସହ ଠକେଇ ହୋଇଛି ଭାବି ଆଜି ଗୋପାଳପୁର ଥାନାରେ ମାମଲା ରୁଜୁ କରିଛନ୍ତି। ସେ ତାଙ୍କ ଅଭିଯୋଗରେ ମ୍ୟାନେଜର ବୋଲାଉଥିବା ରୋହିତ ଶର୍ମା, ସିଲେକ୍ଟର ଦୁଗ୍ୟନ୍ତ ରାନା, ଟେନର ରାଜେଶ, ପାର୍ଶଲ ସାର ରାମ କୁମାର, ଗୋପାଳ ପ୍ରମୁଖ ନାମରେ ଥାନାରେ ଅଭିଯୋଗ କରିଛନ୍ତି। ଗୋଳନ୍ଥରା ପୋଲିସ୍ ଥାନା କେସ ନଂ୨୨୫/୨୦ରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛନ୍ତି।

ସେପେଟ ଅନ୍ୟଜଣଙ୍କୁ ମଧ୍ୟଠାରୁ ମଧ୍ୟ ଏଭଳି ଢ଼ଂଗରେ ଠକେଇ ହୋଇଛି। ସଂପୃକ୍ତ ଅନ୍ୟ ଜଣେ ଯୁବକଙ୍କ ସହ ଗୁପ୍ତେଶ୍ୱର ମଧ୍ୟ ଆଜି ଏସ୍‌ପି ପିନାକ ମିଶ୍ରଙ୍କୁ ଅଭିଯୋଗ କରିଛନ୍ତି। ଗୁପେଶ୍ୱର ଜଣେ ଗରିବ ପିଲା ହୋଇଥିବାବେଳେ ଚାକିରି ଆଶାରେ ଧାରଉଦ୍ଧାର କରି ଏତେଟଙ୍କା ଦେଇଛି। ତେଣୁ ଘଟଣାର ଅନୁସନ୍ଧାନ କରି ଟଙ୍କା ଫେରସ୍ତ ଯେପରି ମିଳିଯିବ ସେ ଥାନାଧିକାରୀଙ୍କୁ ଅନୁରୋଧ କରିଛନ୍ତି।

ଏୟାର ଇଣ୍ଡିଆ ଗୋଳନ୍ଥରା ଥାନା ଠକେଇ ବ୍ରହ୍ମପୁର ଲକ୍ଷାଧିକ ଟଙ୍କା
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026

ପରାଜୟ ପରେ ଭାରତ ସମ୍ପର୍କରେ ବଡ ବିବୃତ୍ତି ଦେଲେ ନେଦରଲ୍ୟାଣ୍ଡସ୍ ଅଧିନାୟକ: କହିଲେ…..

February 19, 2026
Latest News

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026

ପରାଜୟ ପରେ ଭାରତ ସମ୍ପର୍କରେ ବଡ ବିବୃତ୍ତି ଦେଲେ ନେଦରଲ୍ୟାଣ୍ଡସ୍ ଅଧିନାୟକ: କହିଲେ…..

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.