Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ତୁରନ୍ତ ସୀମା ସିଲ୍ ନିର୍ଦ୍ଦେଶ ଉଚ୍ଛେଦ ହେଉ: ଜିଲ୍ଲା ବିଜେପି
ଆଞ୍ଚଳିକ

ତୁରନ୍ତ ସୀମା ସିଲ୍ ନିର୍ଦ୍ଦେଶ ଉଚ୍ଛେଦ ହେଉ: ଜିଲ୍ଲା ବିଜେପି

August 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ରାଜ୍ୟ ଭିତରେ ଓ ରାଜ୍ୟ ବାହାରେ ଜନସାଧାରଣଙ୍କ ଗମନାଗମନ ଓ ମାଲ୍ ପରିବହନ ସଂପୂର୍ଣ୍ଣ କଟକଣା ମୁକ୍ତ ହୋଇଥିବାବେଳେ ଓଡ଼ିଶା ରାଜ୍ୟ ସରକାର ଏହାକୁ ପାଳନ କରିବାରେ ଅବହେଳା କରିଥିବା ନେଇ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଉଦ୍‌ବେଗ ପ୍ରକାଶ କରିଛି। କେନ୍ଦ୍ରର ଚିଠିକୁ ରାଜ୍ୟ ସରକାର ଚାପି ଦେଇ ନିଜ ଇଚ୍ଛାରେ ଲକ୍‌ଡ଼ାଉନ୍ ଓ ସଟ୍‌ଡ଼ାଉନ୍ ଡ଼ାଉନ୍ ନିତି ଆପଣେଇ ସାଧାରଣ ଜନତାଙ୍କୁ ହଇରାଣ ହରକତ କରିବା କେତେ ଦୂର ଯୁକ୍ତିଯୁକ୍ତ ବୋଲି ବିଜେପି ପକ୍ଷରୁ ପ୍ରଶ୍ନ କରାଯାଇଛି।

ଅନ୍‌ଲକ୍‌-୩ ନିୟମକୁ ଗଂଜାମ ଜିଲ୍ଲା ପ୍ରଶାସନ ଧ୍ୟାନ ନଦେଇ ସ୍ଥାନୀୟ ସ୍ଥିତାବସ୍ଥା ଆଳ ଦେଖାଇ ଲକ୍‌ଡ଼ାଉନ୍ ଓ ସଟ୍‌ଡ଼ାଉନ୍ ମାସ ମାସ ଧରି ଜାରି ରଖିବା ଦ୍ୱାରା ସାଧାରଣ ଜନତା ଜୀବନ ଜୀବିକା ଦୁର୍ବିଶହ ହୋଇପଡ଼ିଛି। ଲକ୍‌ଡ଼ାଉନ୍ ଓ ସଟ୍‌ଡ଼ାଉନ୍ ନାମରେ ସାଧାରଣ ଚାଷୀ, ଖଟିଖିଆ, ଶ୍ରମିକ ଓ କ୍ଷୁଦ୍ର ବେପାରୀଙ୍କୁ ପ୍ରଶାସନ ଜୁଲମର ଶିକାର ହୋଇଛି। ଏପରିକି ଚାଷିଟିଏ ତା’ର ଉତ୍ପାଦିତ ଦ୍ରବ୍ୟ ଗ୍ରାମାଞ୍ଚଳରୁ ସହରାଞ୍ଚଳକୁ ଆଣିବାବେଳେ ବାଟରେ ନାନା ହଇରାଣ ହେବା ସହ ହାତଗୁଂଜା ଦେବାକୁ ବାଧ୍ୟ ହେଉଛି।

ଗତ କିଛିଦିନ ତଳେ ବ୍ରହ୍ମପୁରରେ ରେଡ଼କ୍ରସ ରସିଦରେ ଜାଲିଆତି କରି ବ୍ୟାପକ ଟଙ୍କା ହେରଫେର କରିଥିବା ଅଭିଯୋଗ ହୋଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ କୌଣସି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଗଲା ନାହିଁ  ଯାହାକି ଜିଲ୍ଲାବାସୀଙ୍କ ମନରେ ସଂଦେହ ସୃଷ୍ଟି କରୁଛି। ବିଳମ୍ବ ନ କରି ତୁରନ୍ତ ସୀମା ସିଲ୍ ଉଠେଇବା, ସହର ମଧ୍ୟରେ ବ୍ୟାରିକେଡ଼୍ ଉଚ୍ଛେଦ କରିବା ସହ ଜୀବନ ଜୀବିକାକୁ ସ୍ୱାଭାବିକ କରିବା ପାଇଁ ଗଂଜାମ ଜିଲ୍ଲା ବିଜେପି ପକ୍ଷରୁ ବରିଷ୍ଠ ନେତା କାହ୍ନୁଚରଣ ପତି ଦାବି କରିଛନ୍ତି।

ଉଚ୍ଛେଦ ଜିଲ୍ଲା ବିଜେପି ସୀମା ସିଲ୍
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026

ଗୁରୁଜୀ ମହେଶ୍ୱର ମଲ୍ଲଙ୍କ ପଞ୍ଚମ ଶ୍ରାଦ୍ଧବାର୍ଷିକୀ ପାଳିତ 

September 29, 2026
Latest News

ଡିଜିଟାଲ୍ ସଂଯୋଗୀକରଣ ଏବଂ ଗ୍ରାହକ ସେବା ପ୍ରତି ବିଏସଏନଏଲ ଓଡ଼ିଶା ରହିଛି ସଂକଳ୍ପବଦ୍ଧ

October 2, 2026

ଜମାଖୋରୀ ରୋକିବାକୁ ଚିନି ମହଜୁଦ ନିୟମରେ ସଂଶୋଧନ କଲେ ସରକାର

October 2, 2026

ପାର୍ବଣ ଋତୁରେ ସାବଧାନ!: ଏହା ଉପରେ ସମ୍ପୂର୍ଣ୍ଣ ନିଷିଦ୍ଧ ଘୋଷଣା କଲା ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ

October 2, 2026

ଗୋଦାବାରୀଶ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ତରଫରୁ ନିଶା ମୁକ୍ତି ଅଭିଯାନ

October 2, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.