ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇନାହିଁ : ଏସ୍‌ଆରସି

Published: Aug 26, 2020, 4:42 pm IST
ଭୁବନେଶ୍ୱର : ଗତ ଦୁଇ ଦିନ ଧରି ଲଗାଣ ବର୍ଷା ହୋଇଥିଲେ ମଧ୍ୟ ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇନାହିଁ। ଏହା କହିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା। ତେବେ କେନ୍ଦ୍ରାପଡା, ଯାଜପୁର ଓ ଭଦ୍ରକ ଜିଲ୍ଲାରେ ଅଧିକ ବର୍ଷା ହୋଇଥିବାରୁ ସେଠାକାର ଜିଲ୍ଲାପାଳଙ୍କୁ ଅଧିକ ଆଲର୍ଟ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ଭଦ୍ରକ ଓ ଯାଜପୁର ଜିଲ୍ଲାର ତଳିଆ ଅଞ୍ଚଲରେ ବନ୍ୟା ଆଶଙ୍କା ରହିଛି। ତେବେ ସ୍ଥିତିକୁ ଦେଖି ଭଦ୍ରକ ଓ ଯାଜପୁରକୁ ଗୋଟିଏ ଲେଖାଏଁ ଏନ୍‌ଡିଆରଏଫ ଓ ଓଡ୍ରାଫ୍‌ ଟିମ୍‌ ପଠାଯାଇଛି ବୋଲି ସୂଚନା ଦେଇଛନ୍ତି ଏସ୍‌ଆର୍‌ସି।

ସେପଟେ ବୈତରଣୀରେ ମଧ୍ୟମ ଧରଣର ବନ୍ୟା ଆସି ପାରେ ବୋଲି ସୂଚନା ରହିଛି ।  ତେବେ ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡାରେ ବନ୍ୟା ଆଶଙ୍କା ରହିଛି ବୋଲି କହିଛନ୍ତି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ  ଅମାବାସ୍ୟା କିମ୍ବା ପୂର୍ଣ୍ଣିମା ନଥିବାରୁ ସମୁଦ୍ରକୁ ଜଳ ନିଷ୍କାସନ ହୋଇଯିବ ବୋଲି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି।

Related posts