ଭୁବନେଶ୍ୱର: ଐତିହ୍ୟ କ୍ୟାବିନେଟରେ ସାତଟି ପ୍ରସ୍ତାବ ଉପରେ ମୋହର ବାଜିଥିବା ନେଇ ସୂଚନା ମିଳିଛି । ଓଡିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ଦେବା ପାଇଁ ପଦକ୍ଷେପ ନିଆଯାଇଛି । ଶାସ୍ତ୍ରୀୟ ମାନ୍ୟତା ପାଇଁ କେନ୍ଦ୍ରକୁ ଅନୁମୋଦନ ନିମନ୍ତେ ପ୍ରସ୍ତାବ ପାରିତ ହୋଇଛି । ପ୍ରତ୍ନତତ୍ତ୍ୱ ପାଇଁ ସ୍ୱତନ୍ତ୍ର ନିର୍ଦ୍ଦେଶାଳୟ ଓ ନିର୍ଦ୍ଦେଶକଙ୍କ ପାଇଁ ପ୍ରସ୍ତାବ ପାରିତ ହୋଇଛି । ରାଜ୍ୟ ସଂଗ୍ରହାଳୟ ପାଇଁ ନିର୍ଦ୍ଦେଶାଳୟ ଓ ନିର୍ଦ୍ଦେଶକ ପ୍ରସ୍ତାବକୁ ମଂଜୁରୀ ମିଳିଛି । ରାଜ୍ୟ ସଂଗ୍ରହାଳୟ ଓ ଆନନ୍ଦ ଭବନ ସଂଗ୍ରହାଳୟକୁ ଭର୍ଚୁଆଲ କରାଯିବ । ସଂସ୍କୃତି ବିଭାଗ ଦ୍ୱାରା ପରିଚାଳିତ ଏକାଡେମୀ ରାଶି ବି ବୃଦ୍ଧି ହୋଇଛି । ଅତିବଡି, କବି ସମ୍ରାଟ, ଧର୍ମପଦ, ବ୍ୟାସକବି ପୁରସ୍କାର 5 ଲକ୍ଷକୁ ବୃଦ୍ଧି କରାଯାଇଛି । ଏକାଡେମୀ ପୁରସ୍କାର 50 ହଜାରରୁ 2 ଲକ୍ଷ ଟଙ୍କାକୁ ବୃଦ୍ଧି ନିଷ୍ପତ୍ତି ହୋଇଛି । ଏକାଡେମୀ ସମ୍ବର୍ଦ୍ଧନା ପୁରସ୍କାର1 ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଁ ନିଷ୍ପତ୍ତି ହୋଇଛି । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମସ୍ଥାନ ସୁଆଣ୍ଡୋର ବିକାଶ କରାଯିବ। ସୁଆଣ୍ଡୋର ବିକାଶ ପାଇଁ ସାଢେ 11 କୋଟି ବ୍ୟୟ କରାଯିବ ।