ଭୁବନେଶ୍ବର : ରାଜ୍ୟରେ ଆଉ 11 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ପୁରୀ ଓ ସମ୍ବଲପୁରୁର ସର୍ବାଧିକ 3ଜଣ ଲେଖାଏଁଙ୍କର ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧାରୁ 2 ଜଣ ଓ କଳାହାଣ୍ଡି, ମୟୂରଭଞ୍ଜ, ସୁନ୍ଦରଗଡରୁ ଜଣେ ଲେଖାଏଁଙ୍କର ମୃତ୍ୟୁ ହୋଇଛି। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 656କୁ ବୃଦ୍ଧି ହୋଇଛି।
ପୁରୀର ତିନି ମୃତ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ 70 ବର୍ଷୀୟା ମହିଳା ଥିବାବେଳେ ଅନ୍ୟ ଦୁଇ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ 80 ବର୍ଷୀୟ ପୁରୁଷ ଓ ଅନ୍ୟ ଜଣେ 45 ବର୍ଷୀୟ ପୁରୁଷ ବୋଲି ସୂଚନା ରହିଛି । ସେହିପରି ସମ୍ବଲପୁରରୁ ତିନି ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ 60, 62 ଓ 65 ବର୍ଷ । ଖୋର୍ଦ୍ଧା ଜିଲ୍ଲାରୁ ଆଜି ଦୁଇ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ 61 ଓ 52 ବର୍ଷ । ସୁନ୍ଦରଗଡରୁ 31 ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ମୟୂରଭଞ୍ଜରୁ 45 ବର୍ଷୀୟ ପୁରୁଷ, କଳାହାଣ୍ଡିରୁ 59 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି ।
Tags: