ଭୁବନେଶ୍ବର: ଆଜି ରାଜ୍ୟରେ ୪ ହଜାର ୧୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୭୫୨ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୪୪୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ପୁରୀରୁ ୨୭୫, ଯାଜପୁରରୁ ୨୭୨, ନୂଆପଡାରୁ ୨୬୮, ଅନୁଗୁଳରୁ ୧୮୭, ବରଗଡରୁ ୧୮୧, ଢେଙ୍କାନାଳରୁ ୧୫୦, ମୟୂରଭଞ୍ଜରୁ ୧୨୬, ସୋନପୁରରୁ ୧୨୨, କୋରାପୁଟରୁ ୧୧୯, ବାଲେଶ୍ବରରୁ ୧୦୮, ବଲାଙ୍ଗୀରିରୁ ୧୦୮, ଗଞ୍ଜାମରୁ ୧୦୩, ଜଗତସିଂହପୁରରୁ ୯୭, କେନ୍ଦୁଝରରୁ ୮୩, ବୌଦ୍ଧରୁ ୭୬, କେନ୍ଦ୍ରାପଡାରୁ ୭୫, କନ୍ଧମାଳରୁ ୬୯, ଝାରସୁଗୁଡାରୁ ୬୬, ସୁନ୍ଦରଗଡରୁ ୬୪, ଭଦ୍ରକରୁ ୬୨, ରାୟଗଡାରୁ ୬୧, ସମ୍ବଲପୁରରୁ ୬୦, ନୟାଗଡରୁ ୫୬, କଳାହାଣ୍ଡିରୁ ୫୧, ଗଜପତିରୁ ୨୯, ଦେବଗଡରୁ ୨୪, ନବରଙ୍ଗପୁରରୁ ୨୪ ଏବଂ ମାଲକାନଗିରିରୁ ୧୩ ଜେଏଏନଏ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେଇଛନ୍ତି। ରାଜ୍ୟରେ ଆଜି ସୁସ୍ଥ ସଂଖ୍ୟାକୁ ମିଶାଇ ୧ ଲକ୍ଷ ୨୯ ହଜାର ୮୫୯କୁ ବୃଦ୍ଧି ହୋଇଛି। ତେବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬୨ ହଜାର ୯ ଶହ ୨୦ ଜଣ ଥିବାବେଳେ ସକ୍ରିୟ କେସ ଅଛି ୩୨ ହଜାର ୩୫୨ ଜଣ ଏବଂ ୬୫୬ ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି।
ଆଜି ରାଜ୍ୟରେ ସୁସ୍ଥ ହେଲେ ୪ ହଜାର ୧୨୧ ଜଣ କରୋନା ଆକ୍ରାନ୍ତ
Published:
Sep 16, 2020, 7:55 pm IST