Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରବଳ ବର୍ଷିବ, ସାତଟି ଜିଲ୍ଲାକୁ ରେଡ-ୱାର୍ଣ୍ଣିଂ
ଆଜିର ଖବର

ପ୍ରବଳ ବର୍ଷିବ, ସାତଟି ଜିଲ୍ଲାକୁ ରେଡ-ୱାର୍ଣ୍ଣିଂ

September 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
'ମୋନ୍ଥା' ର ଲ୍ୟାଣ୍ଡ ଫଲ୍ ପ୍ରକ୍ରିୟା ଆରମ୍ଭ: ପବନର ବେଗ ୧୦୦ କିମି ସମ୍ଭାବନା
'ମୋନ୍ଥା' ର ଲ୍ୟାଣ୍ଡ ଫଲ୍ ପ୍ରକ୍ରିୟା ଆରମ୍ଭ: ପବନର ବେଗ ୧୦୦ କିମି ସମ୍ଭାବନା

ଭୁବନେଶ୍ୱର : ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି  । ପଶ୍ଚିମ ଓଡ଼ିଶାର ସାତଟି ଜିଲ୍ଲା ପାଇଁ ରେଡ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେଗୁଡ଼ିକ ହେଲା ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ଝାରସୁଗୁଡ଼ା ଓ ଦେବଗଡ଼ ।ଲଘୁଚାପ ପ୍ରଭାବରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଭୂସ୍ଖଳନ, ଅକସ୍ମାତ ବନ୍ୟା, ତଳିଆ ଅଞ୍ଚଳରେ ପାଣି ଜମିଯିବା, କଚ୍ଚା ରାସ୍ତା ଓ ଘର ଭୁଶୁଡ଼ି ପଡ଼ିବା ଭଳି ଦୁର୍ବିପାକର ଆଶଙ୍କା ଥିବାରୁ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

ଏହା ବ୍ୟତୀତ ସୋନପୁର, ବୌଦ୍ଧ, ଅନୁଗୁଳ, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଏବଂ ମୟୂରଭଞ୍ଜ, ଜଗତସିଂହପୁର, ଯାଜପୁର ଓ ଢେ଼ଙ୍କାନାଳରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର । ଏହା ସହ ଅଶାନ୍ତ ସମୁଦ୍ରକୁ ଯିବାକୁ କେନ୍ଦ୍ର ପକ୍ଷରୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି । କେନ୍ଦ୍ରର ସୂଚନା ଅନୁଯାୟୀ ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ପାଗ ମେଘୁଆ ରହିଥିବା ବେଳେ ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଢେ଼ଙ୍କାନାଳ ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଯାଇଛି । ଆସନ୍ତା 24 ଘଣ୍ଟା ମଧ୍ୟରେ ଏହି ଲଘୁଚାପ କ୍ଷେତ୍ର ଉତ୍ତର ପଶ୍ଚିମ ବଙ୍ଗୋପସାଗର ଆଡ଼କୁ ଗତି କରି ଅଧିକ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ । ପ୍ରଭାବରେ ଆଜି ବର୍ଷାର ପରିମାଣ ବଢ଼ିବ ଓ ପଶ୍ଚିମ ଓଡ଼ିଶାର ଉପରୋକ୍ତ ସାତୋଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବ  ।

heavy rain rain
Share. Facebook Twitter LinkedIn Email WhatsApp Copy Link

Related Posts

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026
Latest News

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.