Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ କରୋନା ସଂକ୍ରମଣ ରୋକିବାକୁ ହେଲେ ଅମାନିଆଙ୍କ ପ୍ରତି କଡା ଆଭିମୁଖ୍ୟ ଜରୁରୀ: ତହସିଲଦାର
ଆଞ୍ଚଳିକ

ବାଣପୁରରେ କରୋନା ସଂକ୍ରମଣ ରୋକିବାକୁ ହେଲେ ଅମାନିଆଙ୍କ ପ୍ରତି କଡା ଆଭିମୁଖ୍ୟ ଜରୁରୀ: ତହସିଲଦାର

September 23, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: କରୋନା ମହାମାରୀ ବର୍ତ୍ତମାନ ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳରେ ବେଶୀ ବ୍ୟାପୁଥିବାବେଳେ ସ୍ଥାନୀୟ ପ୍ରଶାସନ ଏହାକୁ ନିୟନ୍ତ୍ରଣ କରିବା ପାଇଁ ଯଥାସମ୍ଭବ ଚେଷ୍ଟା କରୁଛି। ବାଣପୁର ତହସିଲଦାର ତଥା କୋଭିଡ ଏନ୍ଫୋର୍ସମେଣ୍ଟ କମିଟି ଚେୟାରମ୍ୟାନ ଶ୍ରୀ ମନ୍ମଥ ବେହେରା ନିକଟରେ ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଛନ୍ତି।  ତଥାପି କରୋନାକୁ ଭୃକ୍ଷେପ ନକରି ନିଜ କର୍ତ୍ତବ୍ୟ ପ୍ରତି ଧ୍ୟାନ ଦେଉଛନ୍ତି। ପ୍ରତିଦିନ ବାଣପୁରରେ ପୋଲିସ, ଏନ.ଏ.ସି ଏବଂ ତହସିଲ ପକ୍ଷରୁ ପୃଥକ ପୃଥକ ଭାବେ କୋଭିଡ ନିୟମର କଡ଼ାକଡ଼ି ଯାଞ୍ଚ ହେଉଛି। ହେଲେ ଏକାକୀ ତହସିଲ ପ୍ରଶାସନ ଦ୍ୱାରା ତିନି ଗୋଟି ଏନ୍ଫୋର୍ସମେଣ୍ଟ ଟିମ ଗଠନ କରାଯାଇଅଛି। ଯାହା ସମ୍ପୂର୍ଣ ତହସିଲ ଅଞ୍ଚଳରେ ଦିନ ତମାମ କୋଭିଡ ନିୟମର କଡ଼ାକଡ଼ି ଯାଞ୍ଚ କରୁଛି।

ବାଣପୁର ରେ କୋଭିଡ ସଂକ୍ରମଣକୁ କମେଇବାକୁ ହେଲେ ଅମାନିଆଙ୍କ ପ୍ରତି କଡା ଆଭିମୁଖ୍ୟ ଗ୍ରହଣ କରାଯିବ ବୋଲି ତହସିଲଦାର ଶ୍ରୀ ବେହେରା କହିଛନ୍ତି। କୋଭିଡ ନିୟମ ତଥା ସାମାଜିକ ଦୁରତ୍ଵ ଏବଂ ମାସ୍କ ପିନ୍ଧିବା କଟକଣାକୁ ଅମାନିଆମାନେ ବେଖାତିରି କରି ନିଜେ ଏବଂ ନିଜ ପରିବାର ପ୍ରତି ବିପଦ ସୃଷ୍ଟି କରୁଛନ୍ତି। ସେମାନଙ୍କୁ ବାରମ୍ବାର ସଚେତନ କଲେ ମଧ୍ୟ କର୍ଣ୍ଣପାତ କରୁନାହାନ୍ତି। ତେଣୁ ଆମକୁ ବାଧ୍ୟ ହୋଇ ଜରିମାନା ଆଦାୟ କରିବାକୁ ପଡୁଛି ବୋଲି ତହସିଲଦାର କ୍ଷୋଭର ସହ କହିଛନ୍ତି।

ଆଜି ଦିନ ତମାମ ବାଣପୁର ତହସିଲ ପକ୍ଷରୁ ତହସିଲର ବିଭିନ୍ନ ଅଞ୍ଚଳ ଚଢ଼ାଉ ହୋଇଥିବାସ୍ଥଳେ ସନ୍ଧ୍ୟାରେ ଖୋଦ ତହସିଲଦାର ଶ୍ରୀ ବେହେରା ତହସିଲର ଏନ୍ଫୋର୍ସମେଣ୍ଟ ଟିମ ସହ ବାଣପୁର ବଜାର ବୁଲି ଗୋଟି ଗୋଟି ଦୋକାନରେ କୋଭିଡ ନିୟମର ଯାଞ୍ଚ କରିଥିଲେ। ଆଜି ସନ୍ଧ୍ୟା ସୁଦ୍ଧା ବାଣପୁର ତହସିଲରୁ କୋଭିଡ ଆଇନ ଉଲଂଘନକାରୀଙ୍କ ଠାରୁ ୮୦୦୦ ଟଙ୍କା ଜରିମାନା ଆଦାୟ ହୋଇଥିବା ତହସିଲଦାର ସୂଚନା ଦେଇଛନ୍ତି।

ଅପରପକ୍ଷରେ ଦେଖିବାକୁ ଗଲେ ବାଣପୁରରେ ଏବେ ପ୍ରାୟ ସମସ୍ତ ଜନସାଧାରଣ ସଚେତନ ହେଲେଣି ଏବଂ ମାସ୍କ ବ୍ୟବହାର କରିବା ସହ ଦୋକାନୀମାନେ ମଧ୍ୟ ସାମାଜିକ ଦୂରତ୍ୱ ରକ୍ଷାକରୁଛନ୍ତି।  ଯଦି ବାଣପୁରବାସି ଏହିପରି କଟକଣା ଗୁଡିକୁ କଡ଼ାକଡ଼ି ଭାବେ ପାଳନ କରିବେ ଯଥା ମାସ୍କ ବ୍ୟବହାର କରିବେ, ସାମାଜିକ ଦୂରତ୍ୱ ରକ୍ଷା କରିବେ, ଭିଡ଼ ଜମେଇବେ ନାହିଁ ତେବେ ଖୁବ ଶୀଘ୍ର ବାଣପୁର କରୋନାରୁ ମୁକ୍ତ ହୋଇପାରିବ ବୋଲି ତହସିଲଦାର ସୂଚନା ଦେବାସହ କଟକଣାଗୁଡିକୁ ମାନିବା ପାଇଁ ଲୋକଙ୍କୁ ଅନୁରୋଧ କରିଛନ୍ତି।

ଅମାନିଆ କଡା ଆଭିମୁଖ୍ୟ କରୋନା ସଂକ୍ରମଣ ଜରିମାନା ଆଦାୟ ବାଣପୁର ତହସିଲଦାର
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026
Latest News

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.