ଭୁବନେଶ୍ବର : ଭୁବନେଶ୍ୱର ପାଣିପାଗ କେନ୍ଦ୍ର ବଜ୍ରପାତ ଆଶଙ୍କା ନେଇ ରାଜ୍ୟର 16ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି । ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା , ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, ରାୟଗଡା, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ କୋରାପୁଟରେ ବଜ୍ରପାତ ଆଶଙ୍କା ରହିଛି । ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ବର୍ଷା ସମ୍ଭାବନା ରହିଛି ।
Tags: