Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା :  ମାଂସ ଖଣ୍ଡର ଡିଏନ୍‌ଏ ଟେଷ୍ଟ ହେବ – ପୋଲିସ କମିଶନର
ଆଜିର ଖବର

ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା :  ମାଂସ ଖଣ୍ଡର ଡିଏନ୍‌ଏ ଟେଷ୍ଟ ହେବ – ପୋଲିସ କମିଶନର

October 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣାକୁ ନେଇ ପୋଲିସ୍‌ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ବିସ୍ଫୋରଣ ଘଟଣାକୁ ନେଇ କ୍ୟାପିଟାଲ ଥାନାରେ ବିଭିନ୍ନ ଦଫାରେ ମାମଲା ହୋଇଛି। ପ୍ରାଥମିକ ତଦନ୍ତ ଅନୁସାରେ ସେଠାରେ ଚାରି ଜଣ କାମ କରୁଥିଲେ। ଚାରି ଜଣଙ୍କ ମଧ୍ୟରୁ ଜଣଙ୍କର କଟକ ଏସ୍‌ସିବିରେ ଆଜି ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଏସ୍‌ସିବିରେରେ ଚିକିତ୍ସାଧିନ ଅଛନ୍ତି। ତୃତୀୟ ବ୍ୟକ୍ତି ସୁରକ୍ଷିତ ଅଛନ୍ତି, ତାଙ୍କ ସହ ଆମେ କଥା ହୋଇଛୁ। ଚତୁର୍ଥ ବ୍ୟକ୍ତିଙ୍କର କୌଣସି ସୂଚନା ମିଳୁନଥିବାରୁ, ସେ ନିରୁଦ୍ଦିଷ୍ଟ ଥିବା ଜଣାପଡିଛି । ଏହାର ତଦନ୍ତ ପାଇଁ ବିଭିନ୍ନ ଅଫିସରଙ୍କୁ ବିଭିନ୍ନ ଦାୟିତ୍ବ ଦିଆଯାଇଛି । କ’ଣ କାମ ହେଉଥିଲା, କାହା ତତ୍ତ୍ୱାବଧାନରେ ହେଉଥିଲା ତଦନ୍ତ ହେବ। ସେହିପରି ଘଟଣାସ୍ଥଳରୁ ମିଳିଥିବା ମାଂସ ଖଣ୍ଡ ଫୋରେନସିକ୍‌ ଲ୍ୟାବ୍ ପଠାଯାଇଛି। ଆବଶ୍ୟକ ପଡ଼ିଲେ ତାହାର ଡିଏନ୍ଏ ଟେଷ୍ଟ କରାଯିବ। ଡିଏନ୍‌ଏ ଟେଷ୍ଟରେ ସ୍ପଷ୍ଟ ହେବ ସେ ଶରୀର ଅଂଶ କାହାର।’

ରାଜଭବନ ପେଟ୍ରୋଲ୍‌ ପମ୍ପ ବିସ୍ଫୋରଣ ଘଟଣାରେ ଗଞ୍ଜାମ ଜିଲ୍ଲାର ସୀମାଞ୍ଚଳ ପରିଡା ନାମକ ବ୍ୟକ୍ତି ନିଖୋଜ ହୋଇଥିବାର ଅଭିଯୋଗ ହୋଇଛି । ଅପରପକ୍ଷରେ  ବିସ୍ଫୋରଣ ସ୍ଥାନରୁ ବାକି ରହିଥିବା ଏଲ୍‌ପିଜି ବାହାର କରି ନିଆଯାଇଥିବାବେଳେ ଡିଜେଲ୍‌ ମଧ୍ୟ ବାହାର କରାଯାଇଛି । କିଛି ସମୟ ମଧ୍ୟରେ ପେଟ୍ରୋଲ୍‌ କଢାଯିବ । ପରିସ୍ଥିତି ଏବେ ଠିକ ରହିଛି । କେହି ଭୟଭୀତ ହେବାର କାରଣ ନାହିଁ ବୋଲି କହିଛନ୍ତି ପୋଲସ୍‌ କମିଶନର । ତେବେ  ବିସ୍ଫୋରଣରେ ସୃଷ୍ଟି ହୋଇଥିବା ଗାତକୁ ତନ୍ନତନ୍ନ କରାଯାଇ ଯାଞ୍ଚ କରାଯିବ। କାଳେ ଗାତ ଭିତରେ କେହି ନିରୁଦ୍ଦିଷ୍ଟ ରହିଯାଇଥିବେ ସେନେଇ ଦେଖାଯିବ ବୋଲି ସୂଚନା ଦେଇଛନ୍ତି ପୋଲିସ କମିଶନର ।

ପେଟ୍ରୋଲ୍‌ ପମ୍ପ ବିସ୍ଫୋରଣ ପୋଲିସ୍‌ କମିଶନର
Share. Facebook Twitter LinkedIn Email WhatsApp Copy Link

Related Posts

NEET ପରୀକ୍ଷା ପାଇଁ ଡ୍ରେସ୍ କୋଡ୍ ଲାଗୁ: ମାର୍ଗଦର୍ଶିକା ଜାରି କଲା NTA

June 19, 2026

କେଏଲ ରାହୁଲଙ୍କ ଭୂମିକା ଉପରେ ଚିନ୍ତା: ଗମ୍ଭୀର ପ୍ରଶ୍ନ ଉଠାଇଲେ ପୂର୍ବତନ ଚୟନକର୍ତ୍ତା

June 19, 2026

୫୬ ବର୍ଷର ହେଲେ ରାହୁଲ ଗାନ୍ଧୀ: ଜନ୍ମଦିନର ବିଶେଷ ଶୁଭେଚ୍ଛା ପ୍ରଧାନମନ୍ତ୍ରୀ ମୋଦୀ 

June 19, 2026

ବ୍ରହ୍ମପୁର: ଜୁନ ୨୧ ରେ ଭବ୍ୟ ସମାରୋହରେରେ ପାଳିତ ହେବ “ବିଶ୍ୱ ଯୋଗ ଦିବସ – ୨୦୨୬”

June 19, 2026
Latest News

NEET ପରୀକ୍ଷା ପାଇଁ ଡ୍ରେସ୍ କୋଡ୍ ଲାଗୁ: ମାର୍ଗଦର୍ଶିକା ଜାରି କଲା NTA

June 19, 2026

କେଏଲ ରାହୁଲଙ୍କ ଭୂମିକା ଉପରେ ଚିନ୍ତା: ଗମ୍ଭୀର ପ୍ରଶ୍ନ ଉଠାଇଲେ ପୂର୍ବତନ ଚୟନକର୍ତ୍ତା

June 19, 2026

୫୬ ବର୍ଷର ହେଲେ ରାହୁଲ ଗାନ୍ଧୀ: ଜନ୍ମଦିନର ବିଶେଷ ଶୁଭେଚ୍ଛା ପ୍ରଧାନମନ୍ତ୍ରୀ ମୋଦୀ 

June 19, 2026

ବ୍ରହ୍ମପୁର: ଜୁନ ୨୧ ରେ ଭବ୍ୟ ସମାରୋହରେରେ ପାଳିତ ହେବ “ବିଶ୍ୱ ଯୋଗ ଦିବସ – ୨୦୨୬”

June 19, 2026

ଟେଲିଗ୍ରାମର ଆବେଦନ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ: ଜୁନ୍ ୨୨ ଯାଏଁ ଜାରି ରହିବ ବ୍ୟାନ୍

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.