Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୟାଗଡ଼ରୁ ନବୀନଙ୍କ ପ୍ରଚାର ଆରମ୍ଭ : ୨୧ ରୁ ୨୧ ଏମ୍‌ପି ଆସନ ଜିତିବା ନେଇ ଦୃଢୋକ୍ତି
ଆଜିର ଖବର

ନୟାଗଡ଼ରୁ ନବୀନଙ୍କ ପ୍ରଚାର ଆରମ୍ଭ : ୨୧ ରୁ ୨୧ ଏମ୍‌ପି ଆସନ ଜିତିବା ନେଇ ଦୃଢୋକ୍ତି

March 24, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link
naveenpattanaik in nayagada rally
naveenpattanaik in nayagada rally

ନିର୍ବାଚନୀ ବିଗୁଲ୍‌ ବାଜିସାରିଛି । ସବୁ ଦଳମାନେ ନିଜର ରଣନୀତି ପ୍ରସ୍ତୁତ କରିସାରିଛନ୍ତି । ଏହି କ୍ରମରେ ଓଡ଼ିଶାର କ୍ରମାଗତ ୪ଥର ସରକାର ଗଠନ କରି ରେକର୍ଡ ସୃଷ୍ଟି କରିଥିବା ବିଜୁ ଜନତା ଦଳ ଆଜି ନୟାଗଡ଼ରୁ ନିଜର ନିର୍ବାଚନୀ ପ୍ରଚାର ଆରମ୍ଭ କରିଛି । ଏହି ପ୍ରଚାରର ମଙ୍ଗ ଧରିଛନ୍ତି ଦଳର ମଙ୍ଗୁଆଳ ନିଜେ ନବୀନ ପଟ୍ଟନାୟକ । ନୟାଗଡ଼ରେ ଆୟୋଜତ ଏକ ସାଧାରଣ ସଭାରେ ସେ ଓଡ଼ିଶାବାସୀଙ୍କୁ ସମ୍ବୋଧିତ କରିବା ସହିତ ୨୧ର ଏମ୍‌ପିରୁ ୨୧ ଏମ୍‌ପି ସିଟ୍‌ ଜିତିବା ନେଇ ଦୃଢୋକ୍ତି ପ୍ରକାଶ କରିଛନ୍ତି । ଏହି ଅବସରରେ ଉଭୟ ବିଜେପି ଓ କଂଗ୍ରେସ ସରକାରକୁ ଟାର୍ଗେଟ୍‌ କରିଛନ୍ତି । ଗତ ଥର କଂଗ୍ରେସ ଅଧ୍ୟକ୍ଷ ରାହୁଲ୍‌ ଗାନ୍ଧି ବରଗଡ଼ ଅବସରରେ ନବୀନ ସରକାରଙ୍କୁ ରିମୋଟ୍‌ କଣ୍ଟ୍ରୋଲ୍‌ କହିଥିବାବେଳେ ଆଜି ନବୀନ ଏହାର କଡ଼ା ଜବାବ୍‌ ଦେଇଛନ୍ତି । ନବୀନ କହିଛନ୍ତି ଯେ, ଆମର ହାଇକମାଣ୍ଡ ହେଉଛନ୍ତି ଓଡ଼ିଶାବାସୀ ।  ଓଡ଼ିଶାବାସୀଙ୍କ ପାଖରେ ରିମୋଟ୍‌ କଣ୍ଟ୍ରୋଲ୍‌ ରହିଛି । କେନ୍ଦ୍ରରେ ସରକାର ଗଠନରେ ଓଡ଼ିଶାବାସୀ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବେ । ସେହିପରି କାଳିଆ ଯୋଜନାରେ ସରକାର ଚାଷୀଙ୍କ ଉନ୍ନତି ପାଇଁ ସବୁପ୍ରକାର ଚେଷ୍ଟା କରୁଥିବାବେଳେ ୩୫ ଲକ୍ଷ ପରିବାର ଏହାର ସୁବିଧା ପାଇଛନ୍ତି ।  ମିଶନ ଶକ୍ତି ଜରିଆରେ ମା‘ମାନଙ୍କୁ ବିନା ସୁଧରେ ଋଣ ଯୋଗାଇ ଦିଆଯାଉଛି । ସେହିପରି ଚଳିତ ନିର୍ବାଚନରେ ୩୩% ମହିଳାଙ୍କ ପାଇଁ ସଂରକ୍ଷଣ ଆସନ ରଖିଥିବାବେଳେ ଆସ୍କାରୁ ମିଶନ୍‌ଶକ୍ତିର କର୍ମକର୍ତ୍ତା ପ୍ରମିଳା ବିଷୋୟୀଙ୍କୁ ଲୋକସଭା ଟିକେଟ ଦେଇଛି ।  ମହିଳାଙ୍କ ଶକ୍ତି ବୃଦ୍ଧି ହେଲେ ଦେଶ ପ୍ରଗତି କରିବ ବୋଲି କହିଛନ୍ତି ନବୀନ ।  ସେହିପରି କେନ୍ଦ୍ରର ଓଡ଼ିଶା ପ୍ରତି ଅବହେଳାକୁ ନେଇ ବର୍ଷିଛନ୍ତି ନବୀନ । ସ୍ବତନ୍ତ୍ର ରାଜ୍ୟପାହା ପ୍ରସଙ୍ଗକୁ ସେ ଗୁରୁତ୍ବାରୋପ କରିଛନ୍ତି । ଓଡ଼ିଶାରୁ କେନ୍ଦ୍ର କୋଇଲା, ଓ ରେଲ୍‌ଓ୍ବେ ବାବଦରେ ବହୁଳ ଅର୍ଥ ପାଉଥିବାବେଳେ ଓଡ଼ିଶାକୁ ଅଣଦେଖା କରାଯାଉଛି ବୋଲି ନବୀନ କହିଛନ୍ତି ।

naveenpattanaik nayagada rally thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Latest News

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026

ବଡବାହାଳ ଛକରୁ ଗଂଜେଇ ଜବତ: ୩ ଗିରଫ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.