Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିଟ୍‌ ଟପ୍ପର ହେଲେ ଓଡ଼ିଆ ଛାତ୍ର ସୋଏବ୍‌‌
ଆଜିର ଖବର

ନିଟ୍‌ ଟପ୍ପର ହେଲେ ଓଡ଼ିଆ ଛାତ୍ର ସୋଏବ୍‌‌

October 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ନାସନାଲ୍ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ନ୍ୟାସନାଲ୍ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (ନିଟ୍) ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଓଡ଼ିଶାର ପ୍ରଥମ ଛାତ୍ର ଭାବେ ସୋଏବ ଅଫତାବ୍‌ ନିଟ୍‌ ଟପ୍ପର ହୋଇଥିବାର ସୂଚନା ରହିଛି। ନିଟ୍‌ରେ ଶତ ପ୍ରତିଶତ ନମ୍ବର ରଖିବାରେ ସୋଏବ ହେଉଛନ୍ତି ପ୍ରଥମ । ରାଉରକେଲାର 18 ବର୍ଷୀୟ ସୋଏବ ନିଟ୍‌ରେ ମୋଟ୍‌ 720 ନମ୍ବରରୁ 720  ନମ୍ବର ଟପ୍ପର ହୋଇଛନ୍ତି ।

ଏମବିବିଏସ ଏବଂ ବିଡିଏସ୍ ଡାକ୍ତରୀ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ସେପ୍ଟେମ୍ବର 13 ତାରିଖରେ ନିଟ୍ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଚଳିତ ବର୍ଷ ଓଡ଼ିଶାରୁ 37 ହଜାର 198 ଜଣ ଛାତ୍ରଛାତ୍ରୀ ନିଟ୍ ପାଇଁ ପଞ୍ଜୀକରଣ କରିଥିଲେ। ସେମାନଙ୍କ ମଧ୍ୟରୁ 32 ହଜାର 833ଜଣ ପରୀକ୍ଷା ଦେଇଥିଲେ। ତେବେ ପରୀକ୍ଷା ପାଇଁ 15.97 ଲକ୍ଷ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଥିଲେ। କୋଭିଡ଼ କଟକଣା ମଧ୍ୟରେ ପରୀକ୍ଷା କରାଯାଇ ଥିଲା; କିନ୍ତୁ କରୋନା ସଂକ୍ରମିତ ଏବଂ କୋଭିଡ ଜୋନରେ ରହୁଥିବା ବିଦ୍ୟାର୍ଥୀଙ୍କୁ କେନ୍ଦ୍ର ଭିତରକୁ ପ୍ରବେଶ କରିବା ବାରଣ ଥିବାରୁ ପରୀକ୍ଷା ଦେଇ ପାରିନଥିଲେ। ଫଳ ପ୍ରକାଶ କରିବା ପୂର୍ବରୁ ସେପ୍ଟେମ୍ବର 13ରେ ପରୀକ୍ଷା ଦେଇ ପାରିନଥିବା ଛାତ୍ରଛାତ୍ରୀଙ୍କ ପରୀକ୍ଷା କରାଇ ଫଳ ପ୍ରକାଶ କରିବାକୁ ସୁପ୍ରିମକୋର୍ଟ ଏନ୍‌ଟିଏକୁ ପରାମର୍ଶ ଦେଇଥିଲେ। ଅକ୍ଟୋବର 14ରେ ଏନ୍‌ଟିଏ ସ୍ୱତନ୍ତ୍ର ନିଟ୍ ପରୀକ୍ଷା କରାଯାଇଥିଲା ।

ନିଟ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026

ସହକାରୀ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୪୮% ଅଧିକ ସମ୍ପତ୍ତି

September 30, 2026
Latest News

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026

ସହକାରୀ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୪୮% ଅଧିକ ସମ୍ପତ୍ତି

September 30, 2026

ବିଜେପିରେ ବିଭାଜନ?: ଅଖିଳେଶ ଯାଦବଙ୍କ ସହ ଯୋଗୀ ମନ୍ତ୍ରୀଙ୍କ ସାକ୍ଷାତକୁ ନେଇ ଚର୍ଚ୍ଚା ଆରମ୍ଭ

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.