ଭୁବନେଶ୍ବର : ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ଗୁରୁପଦ ନନ୍ଦଙ୍କ ପରଲୋକ ହୋଇଛି । କଟକର ଏକ ଘରୋଇ ହସ୍ପିଟାଲରେ 77 ବର୍ଷରେ ପରଲୋକ ଘଟିଛି । ପରଲୋକ ନେଇ ସୂଚନା ଦେଇଛନ୍ତି ଗୁରୁପଦ ପୁଅ ରୋମିଓ ନନ୍ଦ । ଗୁରୁପଦ 1980ରେ କଂଗ୍ରେସରୁ ଟିକେଟ୍ ପାଇ ରାଉରକେଲା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହାଛଡ଼ା ସେ ସରକାରୀ ଦଳର ମୁଖ୍ୟ ସଚେତକ ଭାବେ ବି ଦାୟିତ୍ବ ନିର୍ବାହ କରିଥିଲେ। ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।