ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି 239 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂତନ 239 ଆକ୍ରାନ୍ତଙ୍କ ମଧ୍ୟରୁ 63 ଜଣ କ୍ବାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ 176ଜଣ ରହିଛନ୍ତି ବୋଲି ବିଏମସି ଟୁଇଟ୍ ଯୋଗେ ସୂଚନା ଦେଇଛି ।
Update on newly detected #COVID19 cases in the last
24 hrs under the BMC area on 21st Oct 2020(till 9am). pic.twitter.com/ouj7F5XJ4g— BMC (@bmcbbsr) October 21, 2020
ସେହିପରି ଆଜି ରାଜଧାନୀରୁ 302 ଜଣ ସୁସ୍ଥ ହୋଇଛନ୍ତି । ନୂତନ ଚିହ୍ନଟ 239 କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ୍ ସଂକ୍ରମିଙ୍କ ସଂଖ୍ୟା 27 ହଜାର 909ରେ ପହଞ୍ଚିଥିବାବେଳେ ସୁସ୍ଥ ହୋଇଛନ୍ତି 25 ହଜାର 60ଜଣ । ସେହିପରି 144ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏବେ ସୁଦ୍ଧା 2ହଜାର648ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି ।