Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଗସ୍ତରେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ: ପାର୍ବଣ ଋତୁରେ କୋଭିଡ ସଂକ୍ରମଣ ବୃଦ୍ଧି ଆଶଙ୍କାରେ କଲେ ସମୀକ୍ଷା ବୈଠକ
ଆଞ୍ଚଳିକ

ବାଣପୁର ଗସ୍ତରେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ: ପାର୍ବଣ ଋତୁରେ କୋଭିଡ ସଂକ୍ରମଣ ବୃଦ୍ଧି ଆଶଙ୍କାରେ କଲେ ସମୀକ୍ଷା ବୈଠକ

October 21, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ବିଗତ କିଛି ଦିନ ହେଲା ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ଗ୍ରାଫ କ୍ଷିପ୍ର ଗତିରେ କମୁଥିଲେ ସୁଦ୍ଧା ଏହାକୁ ଶୂନ କରିବା ଲକ୍ଷ୍ୟରେ ଜିଲ୍ଲା ଅଧିକାରୀମାନଙ୍କ ମାରାଥନ ଗସ୍ତ ଜାରି ରହିଛି। ଆଗକୁ ଦଶହରା, ଦୀପାବଳି ଏବଂ ଶୀତ ଦିନ ଆସୁଥିବାରୁ ଯଦି କୋଭିଡ ଗାଇଡ଼ଲାଇନକୁ କଡାକଡି ଭାବେ ପାଳନ କରାନଯାଏ ତାହାଲେ କୋଭିଡ ପୁଣି ବଢିପାରେ। ଏହି ପରିପ୍ରେକ୍ଷୀରେ ଆଜି ଅପରାହ୍ନରେ ଖୋର୍ଦ୍ଧା ଅତରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଅନୁଜ ଦାସ ପଟ୍ଟନାୟକ ବାଣପୁର ବ୍ଲକ ଗସ୍ତ କରି କରୋନା ସ୍ଥିତି ସମୀକ୍ଷା କରିଥିଲେ।

ଏହି ପରିପ୍ରେକ୍ଷୀରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଅନୁଜ ଦାସ ପଟ୍ଟନାୟକ ବାଣପୁର ଏନ.ଏ.ସି ର ସଭାଗୃହ ମଧ୍ୟରେ ଏକ ସ୍ୱତନ୍ତ୍ର ବୈଠକ ନେଇଥିଲେ। ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ବାଣପୁର(ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳ) ରେ ବର୍ତ୍ତମାନ କୋଭିଡ ସଂଖ୍ୟା ବହୁତ କମିଥିବାରୁ ସ୍ଥାନୀୟ ତହସିଲ, ବ୍ଲକ, ଏନ.ଏ.ସି, ପୋଲିସ, ମେଡିକାଲ ପ୍ରଶାସନ ଏବଂ ଗଣମାଧ୍ୟମକୁ ଧନ୍ୟବାଦ ଜଣାଇଥିଲେ।

ଏହା ସହ ଏନ୍ଫୋର୍ସମେଣ୍ଟ କୁ ଆହୁରି କଡାକଡି କରିବା, ସାନିଟାଇଜେସନ ଠିକ ଭାବରେ କରିବା, ସି.ଏମ.ସି ମିଟିଙ୍ଗ ଆୟୋଜନ କରିବା ଆଦି ବିଷୟଗୁଡିକୁ ଅତିରିକ୍ତ ଜିଲ୍ଲପାଳ ଗୁରୁତ୍ୱ ଦେଇଥିଲେ। ଆଗକୁ ଦଶହରା, ଦୀପାବଳି ଏବଂ ଶୀତ ଦିନ ଅସୁଥିବାସ୍ଥଳେ ଯଦି ଏ ସବୁ ନିୟମକୁ କଡାକଡି ଭାବେ ପାଳନ କରାନଯାଏ ତେବେ ୟୁରୋପୀୟ ଦେଶ ଭଳି ପୁନର୍ବାର କୋଭିଡ ସଂକ୍ରମଣ ବଢିବ ଏଥିରେ କୌଣସି ସନ୍ଦେହ ନାହିଁ ବୋଲି ଅତରିକ୍ତ ଜିଲ୍ଲାପାଳ ଶ୍ରୀ ପଟ୍ଟନାୟକ ମତପ୍ରକାଶ କରିବା ସହ ଆଗାମୀ ଦିନରେ ବାଣପୁର ରେ କୋଭିଡ କୁ ଶୂନ କରିବା ପାଇଁ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ବୈଠକରେ ବାଣପୁର ଏନ.ଏ.ସି ର ପୂର୍ବତନ କାଉନ୍ସିଲର ମାନେ ଯୋଗଦେଇଥିଲେ ଏବଂ ସେମାନଙ୍କୁ ନିଜ ନିଜ ୱାର୍ଡ ରେ କୋଭିଡ ସଚେତନ କରିବା ପାଇଁ ଅତିରିକ୍ତ ଜିଲ୍ଲାପାଳ ଅନୁରୋଧ କରିଥିଲେ।

ଉକ୍ତ ବୈଠକରେ ବାଣପୁର ତହସିଲଦାର ମନ୍ମଥ ବେହେରା, ଏବିଡ଼ିଓ ସୀମାଦ୍ରୀ ପାତ୍ର, ବାଣପୁର ଥାନା ଏସ.ଆଇ ପ୍ରସନ୍ନ ଜେନା, ଏନ.ଏ.ସି କାର୍ଯ୍ୟନିର୍ବାହୀ ଅଧିକାରୀ ସନ୍ତୋଷ ନିଆଲ, ସି.ଡ଼ି.ପି.ଓ ବିଦ୍ୟୁତପ୍ରଭା ରଥ ଏବଂ ସବୁ ଗ୍ରାମ ପଞ୍ଚାୟତ ମାନଙ୍କର ନୋଡାଲ ଅଫିସରମାନେ ଉପସ୍ଥିତି ଥିଲେ।

ବାଣପୁର ଏନ.ଏ.ସି ତରଫରୁ ଆଜି ଅପରାହ୍ନ ସୁଦ୍ଧା ଦୁଇ ଗୋଟି ଏନ୍ଫୋର୍ସମେଣ୍ଟ ଟିମ ଦ୍ୱାରା କୋଭିଡ ଜରିମାନା ୪୦୦୦ ଟଙ୍କା ଆଦାୟ କରାଯାଇଛି ବୋଲି କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ନିଆଲ ସୂଚନା ଦେଇଛନ୍ତି।

ଅତିରିକ୍ତ ଜିଲ୍ଲାପାଳ କୋଭିଡ ସଂକ୍ରମଣ ବାଣପୁର ସମୀକ୍ଷା ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ଜିଲ୍ଲାପାଳଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକ: ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ଉପରେ ଗୁରୁତ୍ଵ

March 25, 2026
Latest News

ଆଜି ଓଡିଶା ଦିବସରୁ ଓଡ଼ିଆ ନବବର୍ଷ ପର୍ଯ୍ୟନ୍ତ ପାଳିତ ହେବ ‘ଓଡ଼ିଆ ପକ୍ଷ–୨୦୨୬’

April 1, 2026

ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ: ମୁଖ୍ୟ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

April 1, 2026

କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

April 1, 2026

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.