Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶର ୨୦% ଗରିବଙ୍କୁ କଂଗ୍ରେସ ବର୍ଷକୁ ୭୨ ହଜାର ଟଙ୍କା ପ୍ରଦାନ କରିବ : ରାହୁଲ୍‌
ଆଜିର ଖବର

ଦେଶର ୨୦% ଗରିବଙ୍କୁ କଂଗ୍ରେସ ବର୍ଷକୁ ୭୨ ହଜାର ଟଙ୍କା ପ୍ରଦାନ କରିବ : ରାହୁଲ୍‌

March 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
20 percent poorest families shall get Rs 72,000 per year : congress
20 percent poorest families shall get Rs 72,000 per year : congress

କଂଗ୍ରେସ ନିର୍ବାଚନରେ ପୁଣି ଥରେ ଗରିବୀ ହଟାଓକୁ ନିର୍ବାଚନୀ ପ୍ରସଙ୍ଗ କରିଛି। ଆଜି ଦିଲ୍ଲୀଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ୍‌ ଗାନ୍ଧି କହିଛନ୍ତି, କଂଗ୍ରେସ କ୍ଷମତାକୁ ଆସିଲେ ଦେଶର ୨୦% ଗରିବଙ୍କୁ ପ୍ରତି ବର୍ଷ ୭୨ ହଜାର ଟଙ୍କା ମିଳିବ। ଦେଶରେ ଗରିବଙ୍କୁ ସର୍ବନିମ୍ନ ଆୟର ଗ୍ୟାରେଣ୍ଟି ପ୍ରଦାନ ଉପରେ ଗୁରୁତ୍ବ ଦେଇ ଶ୍ରୀ ଗାନ୍ଧି ମୋଦି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ଦେଶରେ ମୋଦି ସରକାର ପୁଞ୍ଜିପତିମାନଙ୍କୁ ସାହାଯ୍ୟ ଓ ସହଯୋଗ କରୁଥିବାବେଳେ ଗରିବଙ୍କ ପ୍ରତି ଅଣଦେଖା କରୁଛନ୍ତି। ବିଗତ ପାଞ୍ଚ ବର୍ଷ ଭିତରେ ଜନସାଧାରଣ ବହୁତ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଏଥିପାଇଁ ସର୍ବନିମ୍ନ ରୋଜଗାର ଗ୍ୟାରେଣ୍ଟି ଜରିଆରେ ଜନସାଧାରଣଙ୍କୁ ନ୍ୟାୟ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି ବୋଲି ରାହୁଲ୍‌ କହିଛନ୍ତି। ମାସିକ ୧୨,୦୦୦ଟଙ୍କା ଆୟ କରୁଥିବା ପରିବାରକୁ ସର୍ବନିମ୍ନ ରୋଜଗାର ଯୋଜନାରେ ଅର୍ନ୍ତଭୁକ୍ତ କରାଯିବ। ଦେଶର ୨୦ ପ୍ରତିଶତ ଅତି ଗରିବ ପରିବରକୁ ପ୍ରତ୍ୟେକ ବର୍ଷ ୭୨,୦୦୦ଟଙ୍କା ଦିଆଯିବ, ଏହି ଅର୍ଥରାଶି ସିଧାସଳଖ ତାଙ୍କ ବ୍ୟାଙ୍କ ଖାତାକୁ ପଠାଯିବ। ସେ ଏହି ଅବସରରେ କହିଛନ୍ତି ଯେ, ମୋଦିଜୀ ଦେଶର ସବୁଠୁ ଧନୀ ଲୋକଙ୍କୁ ପଇସା ଦେଉଛନ୍ତି, ତେଣୁ କଂଗ୍ରେସ ଦେଶର ସବୁଠୁ ଗରିବ ଲୋକଙ୍କୁ ପଇସା ଦେବ । ଏହି ଯୋଜନାରେ ପାଞ୍ଚ କୋଟି ପରିବାର ଅର୍ଥାତ୍‌ ୨୫ କୋଟି ଲୋକ ଫାଇଦା ପାଇପାରିବେ  ବୋଲି ରାହୁଲ୍‌ କହିଛନ୍ତି। ମନରେଗା ଭଳି ଏହି ଯୋଜନା ଦାରିଦ୍ର୍ୟ ଦୂରୀକରଣ କ୍ଷେତ୍ରରେ ଏକ ଐତିହାସିକ ପଦକ୍ଷେପ ହେବ ବୋଲି ରାହୁଲ୍‌ ଦୃଢୋକ୍ତି ପ୍ରକାଶ କରିଛନ୍ତି। ତିନି ରାଜ୍ୟର ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦେଇଥିବା ଋଣ ଛାଡ ପ୍ରତିଶ୍ରୁତି ରକ୍ଷା କରିଛି। ସୂଚନାଯୋଗ୍ୟ, ମଧ୍ୟପ୍ରଦେଶ, ଛତିଶଗଡ଼ ଓ ରାଜସ୍ଥାନରେ କୃଷି ଋଣ  ଛାଡ଼ କରାଯାଇଛି ।  ତେଣୁ କଂଗ୍ରେସ ଆଗାମୀ ସରକାର ଗଢିଲେ ନ୍ୟୁନତମ ରୋଜଗାର ଯୋଜନା ପ୍ରଣୟନ କରିବ ବୋଲି କଂଗ୍ରେସ ଅଧ୍ୟକ୍ଷ ରାହୁଲ୍‌ କହିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026
Latest News

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.