ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 93 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ 88 କରୋନା ଆକ୍ରାନ୍ତଙ୍କ ମଧ୍ୟରେ 21 ଜଣ କ୍ବାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ 72 ଜଣ ଲୋକାଲ କଣ୍ଟାକ୍ଟ କେସ୍ ବୋଲି ବିଏମ୍ସି ଟୁଇଟ୍ ଯୋଗେ ସୂଚନା ଦେଇଛି।
Update on newly detected #COVID19 cases in the last
24 hrs under the BMC area on 29th Oct(till 9am) pic.twitter.com/IJRO2XOEGm— BMC (@bmcbbsr) October 29, 2020
ସେହିପରି ଆଜି 254 ଜଣ ସୁସ୍ଥ ହୋଇଛନ୍ତି । ନୂତନ 93 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 28 ହଜାର 985ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା 27 ହଜାର 80ଜଣ ସୁସ୍ଥ ହୋଇଥିବାବେଳେ 162ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବର ମହାନଗରରେ ଏବେବି 1 ହଜାର 722ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।